ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ସ୍ବାମୀ

ଧାମନଗର,୯।୮(ଡି.ଏନ୍‌.ଏ) : ଭଦ୍ରକ ଜିଲା ଧୁଷୁରୀ ଥାନା କୋଠାର ଦାସ ସାହିର ସଞ୍ଜୟ ଦାସ ତାଙ୍କ ସ୍ତ୍ରୀ ରଶ୍ମିତାଙ୍କୁ ଟାଙ୍ଗିଆରେ ହାଣି ଦେବାରୁ ତାଙ୍କୁ ମୁମୂର୍ଷୁ ଅବସ୍ଥାରେ ଭଦ୍ରକ ମେଡିକାଲ ନିଆଯାଇଥିଲା। ଡାକ୍ତର ସେଠାରେ ରଶ୍ମିତାଙ୍କୁ ମୃତ ଘୋଷଣା କରିଛନ୍ତି। ଅଭିଯୁକ୍ତ ସ୍ବାମୀଙ୍କୁ ଧୁଷୁରୀ ଥାନା ପୋଲିସ ଅଟକ ରଖିଥିବାବେଳେ ସେ ନିଜେ ହାଣିଥିବା ସ୍ବୀକାର କରିଛନ୍ତି।