ସ୍ପେଶାଲ୍‌ ଟ୍ରେନ୍‌ରେ ୨ ଲକ୍ଷରୁ ଅଧିକ ଯାତ୍ରୀ କଲେ ଟିକଟ ବୁକିଂ: ୪୫ କୋଟି ୩୦ ଲକ୍ଷ ଭଡ଼ା ଆଦାୟ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ବହୁଲୋକ ଘରଠାରୁ ଦୂରରେ ଅଟକି ରହିଛନ୍ତି। ସେମାନଙ୍କ ସୁବିଧା ପାଇଁ ରେଳ ବିଭାଗ ପକ୍ଷରୁ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଇତିମଧ୍ୟରେ ୨ ଲକ୍ଷ ୩୪ ହଜାର ୪୧୧ ଯାତ୍ରୀ ଟିକଟ ବୁକିଂ କରିଛନ୍ତିି। ଭଡ଼ା ବାବଦରେ ୪୫ କୋଟି ୩୦ ଲକ୍ଷ ଟଙ୍କା ଆଦାୟ ହୋଇଥିବା ରେଳ ବିଭାଗ ପକ୍ଷରୁ କୁହାଯାଇଛି।

Share