ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର ହେଲେ ନବରଙ୍ଗପୁର ଆର୍‌ଟିଓ: ୨୧ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ

ଜୟପୁର/ନବରଙ୍ଗପୁର,୯ା୩(ଡି.ଏନ.ଏ./ବି.ପ୍ର.)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ନବରଙ୍ଗପୁର ଆର୍‌ଟିଓ ଗଣେଶ୍ୱର କହଁରଙ୍କୁ ସୋମବାର କୋରାପୁଟ ଜିଲା ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ତାଙ୍କୁ ୨୧ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶ ଯେ, ଗତ ଶୁକ୍ରବାର କୋରାପୁଟ ଭିଜିଲାନ୍ସ ଡିଭିଜନ୍‌ ପକ୍ଷରୁ ଆର୍‌ଟିଓ କହଁରଙ୍କ ନବରଙ୍ଗପୁରସ୍ଥିତ ଭଡ଼ାଘର, କାର୍ଯ୍ୟାଳୟ ସମେତ ଭୁବନେଶ୍ୱର, ଫୁଲବାଣୀ ଓ ଗଜପତି ଜିଲାର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇ ୧କୋଟି ୫୦ ଲକ୍ଷ ୬୩ ହଜାର ୩୨୮ ଟଙ୍କାର ସ୍ଥାବର ଅସ୍ଥାବର ସମ୍ପତ୍ତି ଠାବ କରାଯାଇଥିଲା। ଏହାପରେ ତାଙ୍କୁ ଅଟକ ରଖାଯାଇଥିବାବେଳେ ଯାଞ୍ଚ ପ୍ରକ୍ରିୟା ଶେଷ ପରେ ରବିବାର ଗିରଫ କରାଯାଇଥିଲା।

Share