ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

ରାୟଗଡା ଅଫିସ,୧୨।୨: ରାୟଗଡ଼ା ଜିଲା ସଦର ବ୍ଲକ ଅନ୍ତର୍ଗତ ହାଲୁଆ ପଞ୍ଚାୟତର କାତିଙ୍ଗିଗୁଡ଼ା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କର ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ ବାନାଇ ଜାକକା। ସ୍ତ୍ରୀଙ୍କ ମୃତ୍ୟୁ ପରେ ସ୍ବାମୀ ସତାନା ଜାକକା ରାୟଗଡ଼ା ଟାଉନ ଥାନାରେ ଆତ୍ମସମର୍ପଣ କରିଛନ୍ତି।
ସୂଚନାଯୋଗ୍ୟ, ବାନାଇ ସ୍ବାମୀଙ୍କ ଚରିତ୍ରକୁ ସନ୍ଦେହ କରୁଥିବା ବେଳେ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ଲାଗି ରହୁଥିଲା। ଏଥିରେ ଅତିଷ୍ଠ ହୋଇ ସତାନା ତାଙ୍କୁ ଟାଙ୍ଗିଆରେ ହାଣିଥିବା କହିଛନ୍ତି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି।