ସ୍ମିତାରାଣୀ ମୃତ୍ୟୁ ଘଟଣା:ସିବିଆଇ ତଦନ୍ତ ଦାବିରେ ୩୧ରେ ଧାରଣା ଦେବ କଂଗ୍ରେସ

ଭୁବନେଶ୍ୱର, ୩୦-୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ଭିଏଲ୍‌ଡବ୍ଲ୍ୟୁ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ରହସ୍ୟର ସିବିଆଇ ତଦନ୍ତ ଦାବିରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି)ପକ୍ଷରୁ ଆସନ୍ତା ୩୧ରେ ଧାରଣା ଓ ପ୍ରତିବାଦ ସଭା କରାଯିବ। ଦଳ ପକ୍ଷରୁ ରାଜଭବନ ସମ୍ମୁଖରେ ଏହି ଧାରଣା ଓ ପ୍ରତିବାଦ ସଭାର ଆୟୋଜନ କରାଯାଇଛି। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତଥ୍ୟ ଅନୁଧ୍ୟାନ କମିଟିର ଅଧ୍ୟକ୍ଷ ତଥା ବାରବାଟୀ-କଟକ ନିର୍ବାଚନମଣ୍ଡଳୀର ବିଧାୟକ ମହମ୍ମଦ ମୋକିମ୍‌ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ପରେ କଂଗ୍ରେସ ପକ୍ଷରୁ ଏକ ସ୍ମାରକପତ୍ର ରାଜ୍ୟପାଳଙ୍କୁ ପ୍ରଦାନ କରାଯିବ।

Share