Categories: ଜାତୀୟ

ସ୍ମୃତି ସ୍ଥଳରେ ଅଟଳଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୯୫ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ସ୍ମୃତି ସ୍ଥଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ, ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ତଥା ବିଭିନ୍ନ ରାଜନୈତିକ ଦଳର ବରିଷ୍ଠ ନେତୃତ୍ୱ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଅଟଳଙ୍କ ପାଳିତ କନ୍ୟା ନମିତା ଭଟ୍ଟାଚାର୍ଯ୍ୟଙ୍କ ସମେତ ଲାଲ୍‌କୃଷ୍ଣ ଆଡ଼ଓ୍ବାଣୀ ପ୍ରମୁଖ ଅଟଳଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

Share