Categories: ଜାତୀୟ

ହଂସରାଜ ଭରଦ୍ୱାଜଙ୍କ ପରଲୋକ

ନୂଆଦିଲ୍ଲୀ,୯ା୩(ପି.ଟି.): ପୂର୍ବତନ ଆଇନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହଂସରାଜ ଭରଦ୍ୱାଜ(୮୩)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଛି। ରବିବାର ସନ୍ଧ୍ୟା ୬ଟା ୩୦ରେ ଦିଲ୍ଲୀର ସାକେତସ୍ଥିତ ମାକ୍ସ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। କିଡ୍‌ନୀ ଜନିତ ରୋଗରେ ପୀଡ଼ିତ ଥିବା ହଂସରାଜଙ୍କୁ ବୁଧବାର ଉକ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ବୋଲି ତାଙ୍କ ପରିବାର ସୂତ୍ରରୁ ପ୍ରକାଶ। ନିଗମବୋଧ ଘାଟରେ ସୋମବାର ଅପରାହ୍ନ ୪ଟାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ। ତାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭଜପା ନେତା ତଥା ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ ଏବଂ ସିପିଆଇଏମ୍‌ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି। ହରିୟାଣାର ରୋହତକ ଜିଲା ଗଢ଼ି ସାମ୍ପଲାରେ ଜନ୍ମିତ ହଂସରାଜ ୧୯୮୨ରୁ ୨୦୦୯ ମଧ୍ୟରେ ୫ ଥର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ, ନରସିଂହ ରାଓ ଏବଂ ମନମୋହନ ସିଂଙ୍କ ସରକାରରେ ଦୀର୍ଘ ୧୪ ବର୍ଷ ଧରି ସେ ଆଇନମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ୨୦୦୯ରେ ସେ କର୍ନାଟକ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ।

Share