ହବିଷିଆଳି ଯୋଜନା: ରହିବେ ୩ ହଜାର ବ୍ରତଧାରୀ, ୧୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୧।୧୦ : ଶ୍ରୀମନ୍ଦିରରେ ଆରମ୍ଭ ହୋଇଯାଇଛି କାର୍ତ୍ତିକ ମାସ ବାଳଧୂପ ନୀତି। ଆସନ୍ତା ୧୪ ତାରିଖରୁ ଆରମ୍ଭ ହେବ ଧର୍ମ ମାସ କାର୍ତ୍ତିକ। ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରିବେ ହଜାର ହଜାର ହବିଷିଆଳି। ତେବେ ସରକାର ହବିଷିଆଳି ଯୋଜନାରେ ପ୍ରାୟ ୩ ହଜାର ବ୍ରତଧାରୀଙ୍କ ରହିବା, ଖାଇବା ଏବଂ ଆନୁଷଙ୍ଗିକ ବ୍ୟବସ୍ଥା କରିବେ। ଏଥିପାଇଁ ନାମ ପଞ୍ଜୀକରଣ ଜାରି ରହିଛି। ୧୩ ତାରିଖ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରୁ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହାକୁ ଉଦ୍‌ଘାଟନ କରିବେ। ଏଥିପାଇଁ ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସ ପରିସରରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ଏ ନେଇ ଗୁରୁବାର ଟାଉନ ହଲ୍‌ରେ ହବିଷିଆଳି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଜିଲାପାଳ ବଲଓ୍ବନ୍ତ ସିଂ ସମୀକ୍ଷା କରି ପ୍ରଶାସନିକ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ସୂଚନା ଦେଇଛନ୍ତି।
ଆସନ୍ତା ୧୩ରୁ ନଭେମ୍ବର ୧୨ତାରିଖ ପର୍ଯ୍ୟନ୍ତ ହବିଷିଆଳିଙ୍କ ରହିବା ଲାଗି ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା ହୋଇଛି। ବିଗତ କିଛିବର୍ଷ ପରି ଏ ବର୍ଷ ହବିଷିଆଳି ଯୋଜନାରେ ୩ହଜାର ହବିଷିଆଳି ରହିବେ। ୩ଟି ଆଶ୍ରୟସ୍ଥଳ ଅର୍ଥାତ୍‌ ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସରେ ୯୦୦, ପୌରସଂସ୍ଥା କଲ୍ୟାଣ ମଣ୍ଡପରେ ୬୦୦ ଏବଂ ନରେନ୍ଦ୍ରକୋଣସ୍ଥିତ ହବିଷିଆଳି କେନ୍ଦ୍ରରେ ୧,୫୦୦ ବ୍ରତଧାରୀଙ୍କୁ ରଖିବା ନିମନ୍ତେ ବ୍ୟବସ୍ଥା କରାଯାଇଛି। ଗୁରୁବାର ସୁଦ୍ଧା ପୁରୀ ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟରେ ୧,୭୨୬ ଜଣ ନାମ ପଞ୍ଜୀକରଣ କରିସାରିଛନ୍ତି। ଶୁକ୍ରବାର ପଞ୍ଜୀକରଣର ଶେଷ ଦିବସ ରହିଛି। ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସରେ ୯୦୦ ଓ କଲ୍ୟାଣ ମଣ୍ଡପରେ ୫୫୦ଜଣ ବ୍ରତଧାରୀଙ୍କୁ ପ୍ରାଥମିକତା ଭିତ୍ତିରେ ରହିବା ଲାଗି ତାଲିକାଭୁକ୍ତ କରାଯାଇ ସେମାନଙ୍କୁ ପରିଚୟପତ୍ର ଦିଆଯାଇଛି। ଏଥିପାଇଁ ୩ଜଣ ସୁପରଭାଇଜିଂ ଅଧିକାରୀ, ୪ଜଣ କୋଅର୍ଡିନେଟିଂ ଅଧିକାରୀ ଏବଂ ୧୨ଜଣ ନୋଡାଲ ଅଫିସରଙ୍କୁ ନିଯୁକ୍ତ କରାଯାଇଛି। ସେମାନଙ୍କୁ ସହାୟତା କରିବା ଲାଗି ପ୍ରାୟ ୪୦ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ଦାୟିତ୍ୱ ବଣ୍ଟାଯାଇଛି। ହବିଷିଆଳିମାନଙ୍କ ରହଣି, ପୂଜାର୍ଚ୍ଚନା, ମହାପ୍ରସାଦ ସେବନ, ପାନୀୟଜଳ, ଗରମ ପାଣି, ପୂଜାପିଣ୍ଡି, ଆକାଶଦୀପ, ସିସିଟିଭି, ଆଶୁ ଚିକିତ୍ସା କେନ୍ଦ୍ର, ସୁରକ୍ଷା ଆଦି ବ୍ୟବସ୍ଥା କରାଯାଇଛି। ଯିବା ଆସିବା ପାଇଁ ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସଠାରେ ଦୁଇଟି ବସ୍‌ ବ୍ୟବସ୍ଥା ହୋଇଛି। ସ୍ନାନ ପାଇଁ ନରେନ୍ଦ୍ର ପୁଷ୍କରିଣୀରେ ସ୍ବତନ୍ତ୍ର ତୁଠର ବ୍ୟବସ୍ଥା ସହ ଅଗ୍ନିଶମ ଏବଂ ସୁରକ୍ଷା କର୍ମଚାରୀଙ୍କୁ ମୁତୟନ କରାଯିବ। ମନ୍ଦିର ଭିତରେ ସେମାନଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ବେଚ୍ଛାସେବୀ ସହଯୋଗ କରିବେ। ପ୍ରତି ହବିଷିଆଳି କେନ୍ଦ୍ରରେ ବିଭିନ୍ନ ପର୍ଯ୍ୟାୟରେ ଆଶା କର୍ମୀ, ଅଙ୍ଗନୱାଡ଼ି କର୍ମୀ, ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିୟୋଜିତ କରାଯିବ। ମହାପ୍ରସାଦ ସେବନ ବେଳେ କିଛି ସ୍ବୟଂ ସହାୟକ ଗୋଷ୍ଠୀ ମଧ୍ୟ ସହଯୋଗ କରିବେ। ପ୍ରତ୍ୟେକ ହବିଷିଆଳିଙ୍କ ସମସ୍ତ ବନ୍ଦୋବସ୍ତ ସୁଚାରୁ ରୂପେ କରିବା ପାଇଁ ଜିଲାପାଳ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଏହି ବୈଠକରେ ଏସ୍‌ପି ଉମାଶଙ୍କର ଦାଶ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ପୌରସଂସ୍ଥା ନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶ, ଉପଜିଲାପାଳ ଭବତାରଣ ସାହୁଙ୍କ ସମେତ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ବୋନସ ଦାବି ତେଜିଲା…

ରାଉରକେଲା,୨୦।୯(ସଙ୍ଗୀତା ଜେନା): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ସିଟୁ ସମର୍ଥିତ ଷ୍ଟିଲ୍‌ ଏମ୍ପ୍ଲୟିଜ୍‌ ଟ୍ରେଡ୍‌ ୟୁନିୟନ ତଥା ରାଉରକେଲା କଣ୍ଟ୍ରାକ୍ଟର ୱାର୍କର୍ସ ୟୁନିୟନ ପକ୍ଷରୁ ଶୁକ୍ରବାର ପାୱାରଗେଟ୍‌...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri