ହାଇକୋର୍ଟ ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କ ନାମ ସୁପାରିଶ

କଟକ ଅଫିସ,୧୯।୪- ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହୋଇପାରନ୍ତି। ତାଙ୍କ ନାମକୁ ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛନ୍ତି। ସେ ଗତ ନଭେମ୍ବରରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଥିଲେ। ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ସ୍ଥାୟୀ ବିଚାରପତି ପଦବୀ ଖାଲି ପଡ଼ିଛି। ଜଷ୍ଟିସ ସଞ୍ଜୁ ପଣ୍ଡା କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଅଛନ୍ତି। ଏହାପୂର୍ବରୁ ବମ୍ବେ ହାଇକୋର୍ଟର ବିଚାରପତି ଜଷ୍ଟିସ ସତ୍ୟରଞ୍ଜନ ଧର୍ମାଧିକାରୀଙ୍କ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି ହୋଇଥିଲା। କିନ୍ତୁ ସେ ଓଡିଶା ଆସିବାକୁ ଅନିଚ୍ଛା ପ୍ରକାଶ କରି ଚାକିରିରୁ ଇସ୍ତଫା ଦେଇଥିଲେ।

Share