ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ବନ୍ଦ ଆନ୍ଦୋଳନ

ବଲାଙ୍ଗୀର ଅଫିସ, ୧୭।୬: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଜିଲା ଓକିଲ ସଂଘ ପକ୍ଷରୁ ସୋମବାରଠାରୁ ୪ ଦିନିଆ ଜିଲାପାଳ କାର୍ଯ୍ୟାଳୟ ବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି। ଜିଲା ଓକିଲ ସଂଘ ସଭାପତି ପ୍ରମୋଦ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆନ୍ଦୋଳନରେ ପଶ୍ଚିମ ଓଡ଼ିଶାର ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯାଉ ବୋଲି ଦାବି କରାଯାଇଛି। ଏହି ଆନ୍ଦୋଳନରେ ସଂଘର ବହୁ ସଦସ୍ୟ ଯୋଗଦେଇଛନ୍ତି।