Posted inଖେଳ

ହାମିଲଟନ ଟେଷ୍ଟ ଲଥାମଙ୍କ ଶତକ: ନ୍ୟୁଜିଲାଣ୍ଡ ୧୭୩/୩

ହାମିଲଟନ,୩୦।୧୧(ଏଏଫ୍‌ପି)- ସ୍ଥାନୀୟ ସେଡନ ପାର୍କ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡ ଓ ଭ୍ରମଣକାରୀ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି। ଓପନର ଟମ୍‌ ଲଥାମଙ୍କ ଅପରାଜିତ ଶତକ ସହାୟତାରେ ନ୍ୟୁଜିଲାଣ୍ଡ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ୫୪.୩ ଓଭରରେ ୩ ଉଇକେଟ ହରାଇ ୧୭୩ ରନ ସଂଗ୍ରହ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଲଥାମ ୧୦୧ ଏବଂ ହେନେରି ନିକୋଲ୍ସ ୫ ରନ କରି ଅପରାଜିତ ରହିଛନ୍ତି। ବର୍ଷା କାରଣରୁ ଖେଳ ଶୀଘ୍ର ସମାପ୍ତ ହୋଇଥିଲା। ଚା’ପାନ ବିରତି ପରେ ମାତ୍ର ୩ଟି ବଲ୍‌ ଖେଳା ଯିବାପରେ ପ୍ରଥମ ଦିନର ଖେଳ ସମାପ୍ତ ହୋଇଥିଲା।
ଟସ୍‌ ଜିତି ଇଂଲଣ୍ଡ ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ୧୬ ରନରେ ଓପନର ଜିତ ରାଭାଲଙ୍କୁ ହରାଇ ପ୍ରାରମ୍ଭିକ ଝଟ୍‌କା ଖାଇଥିଲା। ରାଭାଲ ମାତ୍ର ୫ ରନକରି ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡଙ୍କ ବଲ୍‌କୁ ଖେଳିବାକୁ ଯାଉଥିଲେ ଓ ବଲ୍‌ ବ୍ୟାଟ୍‌ର ଏଜ୍‌ ନେଇଥିଲା। ଫଳରେ ସେ ପ୍ରଥମ ସ୍ଲିପ୍‌ରେ ଜୋ ରୁଟଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ଏହାପରେ ଇନ୍‌ଫର୍ମ ଅଧିନାୟକ କେନ୍‌ ଓ୍ବିଲିୟମସନ ମାତ୍ର ୪ ରନ କରି ଆଉଟ ହୋଇଥିଲେ। କ୍ରସି ଓ୍ବକ୍ସଙ୍କ ବଲ୍‌ ତାଙ୍କ ବ୍ୟାଟ୍‌ର ଏଜ୍‌ ନେଇଥିଲା। ଫଳରେ ସେ ସ୍ଲିପ୍‌ରେ ରୁଟ୍‌ଙ୍କ ହାତରେ ଧରାପଡି ପ୍ୟାଭିଲିୟନ ଫେରିଥିଲେ। ଏହା ପରେ ଅଭିଜ୍ଞ ରସ୍‌ ଟେଲରଙ୍କ ପାଳି ପଡିଥିଲା। ଆଉଟ ହେବା ପୂର୍ବରୁ ସେ ୫୩ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ସେ କ୍ୟାରିୟର ୩୨ତମ ଟେଷ୍ଟ ଅର୍ଦ୍ଧଶତକ ଅର୍ଜନ କରିଛନ୍ତି। ଦ୍ରୁତ ବୋଲର ଓ୍ବକ୍ସଙ୍କ ବଲରେ ସେ ସମାନ ଢଙ୍ଗରେ ସ୍ଲିପ୍‌ରେ ରୁଟଙ୍କୁ କ୍ୟାଚ୍‌ ଦେଇଥିଲେ। ତୃତୀୟ ଉଇକେଟରେ ଟେଲର ଓ ଲଥାମ ୧୧୬ ରନର ଶତକୀୟ ଭାଗୀଦରି ସ୍ଥାପନ କରି ସ୍ଥିତି ସମ୍ଭାଳିଥିଲେ। ଏହା ପରେ ୧୬୪ଟି ବଲର ସମ୍ମୁଖୀନ ହୋଇ ୧୫ଟି ଚୌକା ସହ ଲଥାମ ଶତକ ପୂରଣ କରିଥିଲେ। ଏଥି ସହିତ ସେ କ୍ୟାରିୟରର ୧୧ତମ ଶତକ ହାସଲ କରିଛନ୍ତି। ୬୬ ରନରେ ସେ ଅବଶ୍ୟ ଏକ ଜୀବନଦାନ ପାଇଥିଲେ। ଗତ ୧୦ଟି ଟେଷ୍ଟରେ ଲଥାମ ୫ଟି ଶତକ ଅର୍ଜନ କରିଛନ୍ତି। ବୋଲିଂରେ ଇଂଲଣ୍ଡ ତରଫରୁ ଓ୍ବକ୍ସ ୨ଟି ଓ ବ୍ରଡ ଗୋଟିଏ ଉଇକେଟ ହାସଲ କରିଛନ୍ତି। ପୂର୍ବରୁ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଏକ ଇନିଂସ ୬୫ ରନରେ ବିଜୟୀ ହୋଇ ୨ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଥିଲା।
ସଂକ୍ଷିପ୍ତ ସ୍କୋର:
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ- ୫୪.୩ ଓଭରରେ ୧୭୩/୩
(ଟମ୍‌ ଲଥାମ- ୧୦୧*, ରସ୍‌ ଟେଲର- ୫୩, କ୍ରିସ୍‌ ଓ୍ବକ୍ସ- ୨/୪୧, ଷ୍ଟୁଆର୍ଟ ବ୍ରଡ- ୧/୩୩)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri