ହୋଟେଲରେ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ୱର,୩ା୩(ବ୍ୟୁରୋ): ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକ ହୋଟେଲରେ ରଖି ବଳାତ୍କାର କରିଥିବା ଖଣ୍ଡଗିରି ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା ରୁଜୁ କରି ଅଭିଯୋଗକାରିଣୀଙ୍କ ବୟାନ ରେକର୍ଡ କରିଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ଉଦ୍ୟମ ଚଳାଇଛି। ଯୁବତୀଙ୍କ ଘର କଳାପଥର ଅଞ୍ଚଳରେ ହୋଇଥିବାବେଳେ ସେ ଭୁବନେଶ୍ୱରରେ ରହି ବିଭିନ୍ନ କମ୍ପିଟିଟିଭ୍‌ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଛନ୍ତି। ଖଣ୍ଡଗିରି ଅଞ୍ଚଳର ଜଣେ ଯୁବକଙ୍କ ସହ ତାଙ୍କର ଦେଖା ହୋଇଥିଲା। ଏହାପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଯୁବକ ଜଣକ ବିବାହ ଆଳ ଦେଖାଇ ତାଙ୍କୁ ଖଣ୍ଡଗିରି ଅଞ୍ଚଳରେ ଥିବା ଏକ ହୋଟେଲକୁ ଡାକି ନେଇ ବଳାତ୍କାର କରିଥିବା ଯୁବତୀ ଜଣଙ୍କ ଅଭିଯୋଗ କରିଛନ୍ତି।

Share