Posted inଜାତୀୟ

ୟୁଏପିଏ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୩ା୮(ପି.ଟି.): ଆତଙ୍କବାଦ ନିରୋଧୀ ଆଇନ (ୟୁଏପିଏ)ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନକୁ ଶୁକ୍ରବାର ପାର୍ଲାମେଣ୍ଟ ଅନୁମୋଦନ କରିଛି। ଫଳରେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ କେନ୍ଦ୍ର ଓ ରାଜ୍ୟ କର୍ତ୍ତୃପକ୍ଷ ଆତଙ୍କବାଦୀ ଘୋଷଣା କରିବା ସହ ତାଙ୍କ ସମ୍ପତ୍ତିକୁ ଜବତ କରିପାରିବେ। ୧୯୬୭ର ଆଇନରେ ସଂଶୋଧନ ପାଇଁ ସରକାର ଆଣିଥିବା ବେଆଇନ କାର୍ଯ୍ୟକଳାପ ନିବାରଣ (ସଂଶୋଧନ) ବିଲ୍‌କୁ ଶୁକ୍ରବାର ରାଜ୍ୟ ସଭା ଅନୁମୋଦନ କରିଛି। ବିଲ୍‌ ସପକ୍ଷରେ ୧୪୭ ଭୋଟ ପଡ଼ିଥିବାବେଳେ ବିପକ୍ଷରେ ୪୨ଟି ଭୋଟ ଯାଇଥିଲା। ବିଲ୍‌କୁ କଂଗ୍ରେସ ଓ ବିଏସ୍‌ପି ସମର୍ଥନ କରିଥିଲେ। ବିଲ୍‌କୁ ସିଲେକ୍ଟ କମିଟିକୁ ପଠାଇବା ପାଇଁ ବିରୋଧୀ ଦଳ ଆଣିଥିବା ପ୍ରସ୍ତାବ କାଟ୍‌ ଖାଇଯାଇଥିଲା। ପ୍ରସ୍ତାବ ସପକ୍ଷରେ ୮୫ ଭୋଟ ମିଳିଥିବାବେଳେ ବିପକ୍ଷରେ ୧୦୪ ଭୋଟ ପଡ଼ିଥିଲା। ଗତ ୨୪ ତାରିଖରେ ବିଲ୍‌ ଲୋକ ସଭାରେ ଗୃହୀତ ହୋଇଥିଲା।
ଆଲୋଚନାର ଉତ୍ତର ରଖି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ କହିଥିଲେ, ସଂଶୋଧିତ ଆଇନ କେବଳ ଆତଙ୍କବାଦ ଦମନ ପାଇଁ ବ୍ୟବହାର କରାଯିବ। ସଂଶୋଧିତ ଆଇନର ଅପବ୍ୟବହାର ହୋଇପାରେ ବୋଲି ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଚିନ୍ତାବ୍ୟକ୍ତ କରାଯାଇଥିବାବେଳେ ଏହାକୁ ଖଣ୍ଡନ କରି କାହାର ମାନବାଧିକାରର ଉଲ୍ଲଂଘନ ହେବ ନାହିଁ ବୋଲି ଶାହ ଗୃହକୁ ପ୍ରତିଶ୍ରୁତି ଦେଇଥିଲେ। କୌଣସି ବ୍ୟକ୍ତିଙ୍କୁ ଆତଙ୍କବାଦୀ ଘୋଷଣା କରିବା ପୂର୍ବରୁ ୪ ଥାକିଆ ଯାଞ୍ଚ ବ୍ୟବସ୍ଥା ରହିଛି। ଏଥିସହିତ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଅପିଲ୍‌ କରିବା ସୁଯୋଗ ବିଲ୍‌ରେ ରହିଛି। ଜଣେ ବ୍ୟକ୍ତି ଆତଙ୍କବାଦ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିଲେ, ଆତଙ୍କବାଦର ପ୍ରସାର ପାଇଁ କାର୍ଯ୍ୟ କରୁଥିଲେ କିମ୍ବା ଏଥିପାଇଁ ପ୍ରସ୍ତୁତି ଚଳାଇଥିଲେ ତାଙ୍କୁ ଆତଙ୍କବାଦୀ ଘୋଷଣା କରାଯାଇପାରିବ।
ଆତଙ୍କବାଦର କୌଣସି ଧର୍ମ ନାହିଁ, ଏହା ମାନବତା ବିରୋଧୀ। ତେଣୁ ଆତଙ୍କବାଦ ବିରୋଧରେ କଠୋର ଆଇନକୁ ସବୁ ଦଳ ସମର୍ଥନ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମିତିସଭ୍ୟ ଉପନିର୍ବାଚନ: ଭାଜପା ସମର୍ଥିତ ଶ୍ୟାମସୁନ୍ଦର ବିଜୟୀ

ବେଲଗୁଣ୍ଠା,୨୪ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଧୂମୁଛାଇ ପଞ୍ଚାୟତର ସମିତିସଭ୍ୟ ପଦବୀ ପାଇଁ ବୁଧବାର ଉପନିର୍ବାଚନ ହୋଇଥିଲା। ଗୁରୁବାର ଭୋଟ୍‌ ଗଣତି କରାଯାଇ...

ଜାଲ ସାର୍ଟିଫିକେଟ୍‌ ମାମଲା: ପୁଣି ଖୋଳତାଡ଼ ଆରମ୍ଭ କଲା ସିବିଆଇ

ବଲାଙ୍ଗୀର,୨୪ା୪(ବୀରେନ୍ଦ୍ର କୁମାର ଝାଙ୍କର)-୨୦୨୩ ମସିହାର ଚର୍ଚ୍ଚିତ ଜାଲ ସାର୍ଟିଫିକେଟ୍‌ ମାମଲାର ପୁନଃ ଖୋଲତାଡ ଆରମ୍ଭ କରିଛି ସିବିଆଇ ଟିମ୍‌। ସିବିଆଇର ଏକ ଟିମ୍‌ ବଲାଙ୍ଗୀରରେ ପହଞ୍ଚି...

Pahalgam Terror Attack: ସରକାର ମାନିଲେ ସୁରକ୍ଷାରେ ହୋଇଛି ତ୍ରୁଟି, ରିଜିଜୁ କହିଲେ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସମସ୍ତ...

ଆରମ୍ଭ ହେଲା କବାଡ଼ି ପ୍ରମିୟର ଲିଗ୍‌: ସାମିଲ ହେଲେ ୧୨ ଦଳ

ସମ୍ବଲପୁର,୨୪ା୪(ବି.ଶଙ୍କର): ସମ୍ବଲପୁର କବାଡ଼ି କ୍ଲବ ଓ ସମ୍ବଲପୁର ବଏଜ ମିଳିତ ଆନୁକୂଲ୍ୟରେ ଆୟୋଜିତ ଦ୍ୱିତୀୟ ସମ୍ବଲପୁର କବାଡ଼ି ପ୍ରିମିୟର ଲିଗ(ଏସ୍‌କେପିଏଲ) ଗୁରୁବାର ରାତିରେ ଗଙ୍ଗାଧର ମୁକ୍ତ...

ଆକ୍ରମଣ ପାଇଁ ପ୍ରସ୍ତୁତ ହେଲଣି ଭାରତୀୟ ବାୟୁସେନା? ଆକାଶରେ ଗର୍ଜିଲା ସୁଖୋଇ Su-30, ରାଫେଲ

ନୂଆଦିଲ୍ଲୀ,୨୪।୪: ପାକିସ୍ତାନ ପ୍ରାୟୋଜିତ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତର ପ୍ରତିକ୍ରିୟା କଠୋର ଏବଂ ଆକ୍ରମଣାତ୍ମକ ହେବାରେ ଲାଗିଛି। ଭାରତୀୟ ବାୟୁସେନା ‘Aakraman’ ଅଭ୍ୟାସ ଆରମ୍ଭ...

ଛାତ୍ରୀଛାତ୍ର ପାଳିଲେ ଧରିତ୍ରୀ ଦିବସ: ପ୍ଲାଷ୍ଟିକମୁକ୍ତ ପରିବେଶକୁ ଗୁରୁତ୍ବ

ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ, ରୁଚିଦାରେ ବୁଧବାର ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର...

ରଶି ଲଗାଇ ଜୀବନ ହାରିଲେ ନାବାଳିକା: ଗର୍ଭବତୀ ଥିବା ସନ୍ଦେହ

ପଡିଆ,୨୪ା୪ (ଭାସ୍କର ରାଓ): ରଶି ଲଗାଇ ଜଣେ ନାବାଳିକା ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଥିଲେ। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଏମଭି ୭୯...

ବିନା ଅନୁମତିରେ ଗଛ କଟାକୁ ନେଇ ଅସନ୍ତୋଷ

ନନ୍ଦପୁର,୨୪ା୪(ତୁଷାର କାନ୍ତ ମହାନ୍ତି)- ନନ୍ଦପୁର-ଲମତାପୁଟ ପୂର୍ତ୍ତବିଭାଗ ରାସ୍ତା କଡ଼ରୁ ବିନା ଅନୁମତିରେ ଗଛ କଟାକୁ ନେଇ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ସୂଚନା ଅନୁଯାୟୀ, ବନମାଳୀପୁଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image