ୟୁଜବେନ୍ଦ୍ରଙ୍କୁ ୪, ରୋହିତଙ୍କ ଶତକ: ଭାରତ ବିଜୟୀ

ସାଉଥାମ୍ପଟନ, ୬।୬- ବୋଲରଙ୍କ ଚମତ୍କାର ପ୍ରଦର୍ଶନ ପରେ ରୋହିତ ଶର୍ମାଙ୍କ ଶତକ ବଳରେ ଭାରତ ବୁଧବାର ଅନୁଷ୍ଠିତ ଆଇସିସି ବିଶ୍ୱକପ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୬ ଉଇକେଟରେ ପରାସ୍ତ କରିଛି। ରୋଜବାଉଲର ସ୍ଲୋ ପିଚ୍‌ରେ ବ୍ୟାଟିଂ କଷ୍ଟସାଧ୍ୟ ହେଉଥିବାବେଳେ ରୋହିତ କ୍ୟାରିୟରର ୨୩ତମ ଦିନିକିଆ ଶତକ ହାସଲ କରି ନିଜ ଦକ୍ଷତାର ପ୍ରମାଣ ଦେବା ସହ ଭାରତକୁ ବିଜୟ ସ୍ବାଦ ଚଖାଇଛନ୍ତି। ୟୁଜବେନ୍ଦ୍ର ଚହଲ ୪ଟି ଏବଂ ଯଶପ୍ରୀତ ବୁମ୍‌ରା ଓ ଭୁବନେଶ୍ୱର କୁମାର ୨ଟି ଲେଖାଏ ଉଇକେଟ ନେଇ ଦକ୍ଷିଣ ଆଫ୍ରିକା ଇନିଂସକୁ ୫୦ ଓଭରରେ ୨୨୭/୯ରେ ସୀମିତ ରଖିଥିଲେ। ଜବାବରେ ଭାରତ ରୋହିତଙ୍କ ଅପରାଜିତ ଶତକ(୧୨୨ ରନ, ୧୪୪ ବଲ, ୧୩ ଚୌକା, ୨ ଛକା) ବଳରେ ୪୭.୩ ଓଭରରେ ୪ ଉଇକେଟ ହରାଇ ୨୩୦ ରନ ସଂଗ୍ରହ କରି ନେଇଥିଲା। ଅନ୍ୟ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ମହେନ୍ଦ୍ର ସିଂ ଧୋନୀ ୩୪, ଲୋକେଶ ରାହୁଲ ୨୬, ଅଧିନାୟକ ବିରାଟ କୋହଲି ୧୮ ଓ ହାର୍ଦ୍ଦିକ ପାଣ୍ଡ୍ୟା ୧୫* ରନ ସ୍କୋର କରିଥିଲେ। ସ୍ମରଣୀୟ ଶତକୀୟ ଇନିଂସ ପାଇଁ ରୋହିତ ମ୍ୟାନ ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ସହ ଖେଳିବ ନାହିଁ କି ଭାରତ: ପହଲଗାମ ଆକ୍ରମଣ ପରେ ICCକୁ ଚିଠି ଲେଖିଲା BCCI

ନୂଆଦିଲ୍ଲୀ,୨୫।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତୀୟ କ୍ରିକେଟ ଦଳ ଆଉ ପାକିସ୍ତାନ ସହିତ କୌଣସି ଦ୍ୱିପାକ୍ଷିକ ସିରିଜ ଖେଳିବ ନାହିଁ। ଉଭୟ ଦଳ...

ଟି-୨୦ ବଡ଼ କାରନାମା କଲେ ବିରାଟ କୋହଲି: ବାବର ଆଜମଙ୍କୁ ପଛରେ ପକାଇଲେ

ବେଙ୍ଗାଲୁରୁ,୨୫।୪:ଆଇପିଏଲ ୨୦୨୫ର ୪୨ତମ ମ୍ୟାଚ ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ RCB...

ଆରମ୍ଭ ହେଲା କବାଡ଼ି ପ୍ରମିୟର ଲିଗ୍‌: ସାମିଲ ହେଲେ ୧୨ ଦଳ

ସମ୍ବଲପୁର,୨୪ା୪(ବି.ଶଙ୍କର): ସମ୍ବଲପୁର କବାଡ଼ି କ୍ଲବ ଓ ସମ୍ବଲପୁର ବଏଜ ମିଳିତ ଆନୁକୂଲ୍ୟରେ ଆୟୋଜିତ ଦ୍ୱିତୀୟ ସମ୍ବଲପୁର କବାଡ଼ି ପ୍ରିମିୟର ଲିଗ(ଏସ୍‌କେପିଏଲ) ଗୁରୁବାର ରାତିରେ ଗଙ୍ଗାଧର ମୁକ୍ତ...

ଭାରତ ଆସିବେନି ନଦିମ

ନୂଆଦିଲ୍ଲୀ,୨୪ା୪: ଆସନ୍ତା ମେ’ ୨୪ ତାରିଖରୁ ବେଙ୍ଗାଲୁରୁରେ ହେବାକୁ ଥିବା ନୀରଜ ଚୋପ୍ରା କ୍ଲାସିକ ଇଭେଣ୍ଟରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପାକିସ୍ତାନର ଅଲିମ୍ପିକ ଚାମ୍ପିୟନ ଅର୍ଶଦ ନଦିମ...

ମାଡ୍ରିଡ୍‌ ଓପନରୁ ଓହରିଲେ ଅଲ୍‌କାରାଜ

ମାଡ୍ରିଡ୍‌,୨୪ା୪: ଇଞ୍ଜୁରୀ ଯୋଗୁ ଦର୍ଶକଙ୍କ ଫେଭରାଇଟ୍‌ କାର୍ଲୋସ ଅଲ୍‌କାରାଜ ମାଡ୍ରିଡ୍‌ ଓପନ ଟେନିସ ଟୁର୍ନାମେଣ୍ଟରୁ ଓହରି ଯାଇଛନ୍ତି। ଗତ ରବିବାର ବାର୍ସିଲୋନା ଓପନ ଫାଇନାଲ ବେଳେ...

ସଙ୍କଟରେ ପିଏସ୍‌ଏଲ୍‌: ଫେରି ଆସିବେ ଭାରତୀୟ ବ୍ରଡକାଷ୍ଟର

କରାଚୀ,୨୪ା୪: ଆଗାମୀ ଦିନରେ ପାକିସ୍ତାନ ସୁପର ଲିଗ (ପିଏସ୍‌ଏଲ୍‌)ର ପ୍ରସାରଣ ସଙ୍କଟରେ ପଡ଼ିପାରେ। ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦୁଇ ଦେଶ ମଧ୍ୟରେ ଦେଖାଦେଇଥିବା ତିକ୍ତତା...

ପ୍ରେମିକାଙ୍କୁ ଧୋକା ଦେଇ ଅନ୍ୟ ଜଣେ ଯୁବତୀଙ୍କ ସହ ନଜର ଆସିଲେ ପୃଥ୍ବୀ ଶ’, କ୍ୟାମେରା ଦେଖି ଲୁଚାଇଲେ ମୁହଁ;Video

ନୂଆଦିଲ୍ଲୀ,୨୪।୪: ପ୍ରଥମ ପ୍ରେମିକାଙ୍କୁ ଧୋକା। ପୁଣି ଥରେ ପ୍ରେମରେ ପଡ଼ିଛନ୍ତି କ୍ରିକେଟର ପୃଥ୍ବୀ ଶ’। କିଛି ଏଭଳି ଚର୍ଚ୍ଚା ଏବେ ସୋସିଆଲ ମିଡିଆରେ ବଢ଼ିବାରେ ଲାଗିଛି।...

ପହଲଗାମ୍‌ ଆକ୍ରମଣ ପରେ ଭାରତ-ପାକିସ୍ତାନ କ୍ରିକେଟକୁ ନେଇ BCCI ଉପାଧ୍ୟକ୍ଷଙ୍କ ବଡ଼ ବୟାନ 

ନୂଆଦିଲ୍ଲୀ,୨୪।୪: କାଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୬ରୁ ଅଧିକ ଭାରତୀୟଙ୍କ ଜୀବନ ଯିବା ପରେ ସାରା ଦେଶରେ ଆକ୍ରୋଶ ଦେଖିବାକୁ ମିଳୁଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image