Posted inଜାତୀୟ

୧୦୭୪ ଟ୍ରେନ୍‌ରେ ଫେରିଲେଣି ୧୪ ଲକ୍ଷ ଶ୍ରମିକ

ନୂଆଦିଲ୍ଲୀ,୧୭।୫(ପି.ଟି.): ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକମାନଙ୍କୁ ଫେରାଇ ନେବା ଲାଗି ରେଲଓ୍ବେ ମେ’ ୧ ତାରିଖରୁ ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ଚଳାଚଳ କରାଉଛନ୍ତି। ବର୍ତ୍ତମାନ ସୁଦ୍ଧା ୧,୦୭୪ଟି ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ୧୪ ଲକ୍ଷରୁ ଅଧିକ ପ୍ରବାସୀ ଶ୍ରମିକ ସେମାନଙ୍କ ରାଜ୍ୟକୁ ଫେରିଲେଣି। ଉତ୍ତରପ୍ରଦେଶ ଓ ବିହାରକୁ ସର୍ବାଧିକ ଶ୍ରମିକ ଫେରିଛନ୍ତି। ଅଧିକ ଟ୍ରେନ୍‌ ଚଳାଇବା ପାଇଁ ବିଭିନ୍ନ ରାଜ୍ୟ ପକ୍ଷରୁ ଅନୁମୋଦନ କରାଯାଇଛି। ଗତ ୩ ଦିନ ହେଲା ଦିନକୁ ୨ ଲକ୍ଷରୁ ଅଧିକ ଶ୍ରମିକଙ୍କୁ ପରିବହନ କରାଯାଉଛି। ଆଗାମୀ ଦିନରେ ଏହା ୩ ଲକ୍ଷକୁ ବୃଦ୍ଧି ପାଇବ ବୋଲି ରେଳମନ୍ତ୍ରୀ ପୀୟୂଷ ଗୋୟଲ କହିଛନ୍ତି। ଉତ୍ତରପ୍ରଦେଶକୁ ସର୍ବାଧିକ ୩୮୭ ସ୍ବତନ୍ତ୍ର ଟ୍ରେନ୍‌ ଚାଲିଥିବାବେଳେ ବିହାରକୁ ୨୬୯ଟି ଓ ମଧ୍ୟପ୍ରଦେଶକୁ ୮୧ଟି ଟ୍ରେନ୍‌ ଯାଇଛି। ଝାଡ଼ଖଣ୍ଡକୁ ୫୦, ଓଡ଼ିଶାକୁ ୫୨, ରାଜସ୍ଥାନକୁ ୨୩ ଓ ପଶ୍ଚିିମବଙ୍ଗକୁ ୯ ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ଯାଇଥିବା ରେଲଓ୍ବେ ତଥ୍ୟରୁ ଜଣାପଡିଛି। ଭଡ଼ାର ୮୫ ପ୍ରତିଶତ ରେଲଓ୍ବେ ଭରଣା କରୁଥିବାବେଳେ ବାକି ୧୫ ପ୍ରତିଶତ ସମ୍ପୃକ୍ତ ରାଜ୍ୟ ସରକାର ପୈଠ କରିବାର ବ୍ୟବସ୍ଥା ହୋଇଛି। ଏହା ସତ୍ତ୍ୱେ ଶ୍ରମିକମାନେ ବିପଜ୍ଜନକ ଭାବେ ଟ୍ରକ୍‌ରେ ଫେରିବା ଯୋଗୁ ଶନିବାର ଦୁଇଟି ଦୁର୍ଘଟଣାରେ ୩୦ ଜଣଙ୍କ ମୃତ୍ୟୁ ଘଟିଛି। ତେଣୁ ସୀମିତ ଟ୍ରେନ୍‌, ବସ୍‌ ଓ ବିମାନ ଚଳାଚଳକୁ ଅନୁମତି ଦିଆଯିବା ଜରୁରୀ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କଶ୍ମୀରରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ: ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨୫ ଲକ୍ଷ ଭୋଟର

ଶ୍ରୀନଗର,୨୫ା୯ (ପି.ଟି.):ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ବୁଧବାର ଅନୁଷ୍ଠିତ ହେବାକୁ ଯାଉଛି। ୫ ଜିଲାର ୨୬ ଆସନରେ ୨୫ ଲକ୍ଷ ମତଦାତା ୨୩୯...

ସିଦ୍ଧି ବିନାୟକଙ୍କ ପ୍ରସାଦରେ ମୂଷା

ମୁମ୍ବାଇ, ୨୫ା୯:ତିରୁପତିର ଶ୍ରୀ ଭେଙ୍କଟେଶ୍ୱର ମନ୍ଦିରରେ ଭକ୍ତଙ୍କୁ ଦିଆଯାଉଥିବା ଲଡ଼ୁରେ ଗୋରୁ ଚର୍ବି ଓ ମାଛ ତେଲ ମିଶିଥିବାକୁ ନେଇ ବିବାଦ ଥମି ନ ଥିବା...

୬ ବର୍ଷର ବାଳିକାଙ୍କୁ ସ୍କୁଲ୍‌ ପ୍ରିନ୍ସିପାଲଙ୍କ ବଳାତ୍କାର ଉଦ୍ୟମ: ପ୍ରତିରୋଧ କରିବାରୁ…

ଅହମଦାବାଦ,୨୫ା୯:ଦେଶରେ ଗତ କିଛିଦିନ ହେଲା ମହିଳା ବିରୋଧୀ ଯୌନ ଅପରାଧ ବଢ଼ିବାରେ ଲାଗିଛି। ବଳାତ୍କାରର ପ୍ରତିରୋଧ କଲେ ପୀଡ଼ିତାଙ୍କୁ ବୀଭତ୍ସ ହତ୍ୟା କରାଯାଉଛି। ଗୁଜରାଟର ଦାହୋଡ଼...

ବିବାଦ ମଧ୍ୟରେ ୪ ଦିନରେ ବିକ୍ରି ହୋଇଛି ୧୪ ଲକ୍ଷ ତିରୁପତି ଲଡ଼ୁ

ହାଇଦ୍ରାବାଦ, ୨୪।୯: ତିରୁପତିର ଶ୍ରୀ ଭେଙ୍କଟେଶ୍ୱର ମନ୍ଦିରର ଲଡ଼ୁରେ ଗୋରୁ ଚର୍ବି ଓ ମାଛ ତେଲ ମିଶିଥିବାନେଇ ରିପୋର୍ଟ ଆସିବା ପରେ ଏହାକୁ ନେଇ ଦେଶବ୍ୟାପୀ ବିବାଦ...

ହନୁମାନ ରୂପରେ ଆସି କୁନି ଝିଅକୁ ବଳାତ୍କାରରୁ କଲେ ରକ୍ଷା

ଲକ୍ଷ୍ନୌ,୨୪ା୯: ଉତ୍ତରପ୍ରଦେଶର ବାଗପତ୍‌ ଜିଲାରେ ୬ ବର୍ଷର ଝିଅଙ୍କୁ ଜଣେ ଯୁବକ ବଳାତ୍କାର ଉଦ୍ୟମ କରୁଥିବାବେଳେ ମାଙ୍କଡ଼ ପଲ ଯୋଗୁ ନାବାଳିକା ଜଣକ ବର୍ତ୍ତିଯାଇଛନ୍ତି। ଗତ...

ପୁଣି ତେଜିଲା ବିବାଦ, ପଶୁଚର୍ବି ପରେ ଏବେ ତିରୁପତିଙ୍କ ପ୍ରସାଦରୁ ମିଳିଲା ତମାଖୁ!

ଅମରାବତୀ,୨୪।୯: ତିରୁପତି ମନ୍ଦିରର ପ୍ରସାଦ ତିଆରି କରିବା ପାଇଁ ବ୍ୟବହୃତ ଘିଅରେ ପଶୁଚର୍ବିର ବ୍ୟବହାରକୁ ନେଇ ବିବାଦ ମଧ୍ୟରେ ଆଉ ଜଣେ ଭକ୍ତ ଏକ ବଡ଼...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କି ସିଦ୍ଦରମୈୟା: ହାଇକୋର୍ଟରୁ ଝଟ୍‌କା ମିଳିବା ପରେ ଜାଣନ୍ତୁ କ’ଣ ରହିଛି ଅପ୍ସନ୍‌

ବେଙ୍ଗାଲୁରୁ,୨୪।୯: ଜମି ଦୁର୍ନୀତି ମାମଲାରେ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କୁ ମଙ୍ଗଳବାର ବଡ଼ ଝଟ୍‌କା। ଏହି ମାମଲା ଉପରେ କରିଥିବା ଆବେଦନ କର୍ନାଟକ ହାକୋର୍ଟର ଖାରଜ ହୋଇଯାଇଛି।...

ତିରୁପତି ଲଡୁ ବିବାଦ: ମନ୍ଦିରରେ ଝାଡୁ ଲଗାଇ ପ୍ରାୟଶ୍ଚିତ କରୁଛନ୍ତି ପଓ୍ବନ କଲ୍ୟାଣ, ଦେଖନ୍ତୁ ଭିଡିଓ

ବିଜୟଓ୍ବାଡା,୨୪।୯: ତିରୁପତିସ୍ଥିତ ଭେଙ୍କଟେଶ୍ୱର ସ୍ବାମୀ ମନ୍ଦିରକୁ ପଶୁ ଚର୍ବିରେ ମିଶ୍ରିତ ଘିଅ ଯୋଗାଣ ପ୍ରସଙ୍ଗରେ ଅନେକ ରାଜନୈତିକ ବୟାନବାଜି ଚାଲିଛି। ଏହି ସମୟରେ ଆନ୍ଧ୍ରପ୍ରଦେଶର ଉପ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri