ଗୋପାଳପୁର, ୯।୨(ଡି.ଏନ୍.ଏ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେଣ୍ଡରାଜପୁର ଗ୍ରାମ ନିକଟରେ ରବିବାର ମଧ୍ୟାହ୍ନରେ ଏକ ଯାତ୍ରୀବାହୀ ବସ୍ ୧୧କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁର୍ଘଟଣା ଘଟିଛି। ଏଥିରେ ୯ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକ, ପୋଲିସ ଓ ଅଗ୍ନିଶମ କର୍ମଚାରୀ ଗୁରୁତରଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଛନ୍ତି। ଏକ ନିର୍ବନ୍ଧ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଡଙ୍କଲପାଡ଼ୁ ଗ୍ରାମ ଲୋକେ ଉକ୍ତ ବସ୍ ଯୋଗେ ଚିକରଡ଼ା ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ