Posted inଖେଳ

୧୫୦ ଟେଷ୍ଟ ମ୍ୟାଚ୍‌ ଖେଳିବାରେ ଆଣ୍ଡରସନ ପ୍ରଥମ ଦ୍ରୁତ ବୋଲର

ସେଞ୍ଚୁରିୟନ, ୨୬।୧୨- ଇଂଲଣ୍ଡ ପକ୍ଷରୁ ସର୍ବାଧିକ ଟେଷ୍ଟ ଉଇକେଟ୍‌ ହାସଲ କରିଥିବା ଜେମ୍ସ ଆଣ୍ଡରସନ ଗୁରୁବାର ଆଉ ଏକ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିଶ୍ୱର ପ୍ରଥମ ଦ୍ରୁତ ବୋଲର ଭାବେ ଆଣ୍ଡରସନ ଟେଷ୍ଟ କ୍ରିକେଟ୍‌ରେ ଦେଢ଼ଶହ ମ୍ୟାଚ୍‌ ଖେଳିବାର କୃତୀତ୍ୱ ଲାଭ କରିଛନ୍ତି। ଘରୋଇ ଦକ୍ଷିଣ ଆଫ୍ରିକା ବିପକ୍ଷରେ ସ୍ଥାନୀୟ ସୁପର୍‌ ସ୍ପୋଟର୍‌ସ ପାର୍କଠାରେ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ ଅବସରରେ ୩୭ ବର୍ଷୀୟ ଆଣ୍ଡରସନ ଏହି ସଫଳତା ପାଇଛନ୍ତି। ଦ୍ରୁତ ବୋଲର ଭାବେ ସର୍ବାଧିକ ମ୍ୟାଚ୍‌ ଖେଳିବା ତାଲିକାରେ ଆଣ୍ଡରସନଙ୍କ ପଛକୁ ଷ୍ଟୁଆର୍ଟ ବ୍ରଡ୍‌ (୧୩୫), କର୍ଟନୀ ଓ୍ବାଲ୍ସ (୧୩୨) ରହିଛନ୍ତି। ତେବେ ବିଶ୍ୱର ୯ମ କ୍ରିକେଟର୍‌ ଭାବେ ସେ ୧୫୦ତମ ଟେଷ୍ଟ ମ୍ୟାଚ୍‌ ଖେଳିଛନ୍ତି। ଏହି ତାଲିକାରେ ସଚିନ ତେନ୍ଦୁଲକର (୨୦୦ ଟେଷ୍ଟ) ସର୍ବାଗ୍ରେ ରହିଛନ୍ତି। ତେବେ ଇଂଲଣ୍ଡ ପକ୍ଷରୁ ସର୍ବାଧିକ ଟେଷ୍ଟ ଖେଳିବାର ରେକର୍ଡ ଆଲ୍‌ଷ୍ଟର କୁକ (୧୬୧)ଙ୍କ ନାମରେ ରହିଛି। ଆଣ୍ଡରସନ ମାତ୍ର ୨୦ ବର୍ଷ ବୟସରେ ୨୦୦୩ରେ ଜିମ୍ବାଓ୍ବେ ବିପକ୍ଷରେ ଟେଷ୍ଟ ପଦାର୍ପଣ କରିଥିଲେ। ଇଂଲଣ୍ଡ ପକ୍ଷରୁ ସର୍ବାଧିକ ଟେଷ୍ଟ ଉଇକେଟ୍‌ (୫୭୫) ନେବାର ରେକର୍ଡ ତାଙ୍କ ନାମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri