ବେଙ୍ଗାଲୁରୁ,୧୧।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଲାଗୁ ହୋଇଥିବା ଲକ୍ଡାଉନ ସମୟ ପୂରଣ ହେବାକୁ ଆଉ ମାତ୍ର ୩ ଦିନ ବାକି ରହିଛି। ହେଲେ ଏପର୍ଯ୍ୟନ୍ତ ଦେଶରେ କରୋନା ସଂକ୍ରମଣ ସଂଖ୍ୟା କମିବା ପରିବର୍ତ୍ତେ ବୃଦ୍ଧି ପାଇବାରେ ଲାଗିଛି। ଏପଟେ ଲକ୍ଡାଉନ ଅବଧି ସରି ଆସିଥିବାରୁ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହାକୁ ଆଉ ୧୫ ଦିନ ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛନ୍ତି। ଏହି କ୍ରମରେ ଶନିବାର ଭିଡିଓ କନଫରେନ୍ସିଂ ଜରିଆରେ ମୋଦି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି। ଏହି ବୈଠକ ପରେ କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦୁରପ୍ପା କହିଛନ୍ତି ୧୫ ଦିନ ଲକ୍ଡାଉନ ଅବଧି ବୃଦ୍ଧକୁ ନେଇ ପ୍ରଧାନମନ୍ତ୍ରୀ ୧-୨ ଦିନ ମଧ୍ୟରେ ଗାଇଡଲାଇନ୍ ଜାରି କରିପାରନ୍ତି।