Categories: ମେଟ୍ରୋ

୨ରୁ ଭାଜପାର ରାଜ୍ୟବ୍ୟାପୀ ପଦଯାତ୍ରା

ଭୁବନେଶ୍ୱର,୩୦।୯(ବ୍ୟୁରୋ) : ଭାଜପା ପକ୍ଷରୁ ଆସନ୍ତା ୨ ତାରିଖରେ ୧୫୦ତମ ଗାନ୍ଧୀ ଜୟନ୍ତୀରୁ ଦେଶବ୍ୟାପୀ ଗାନ୍ଧୀ ସଂକଳ୍ପ ଯାତ୍ରା ଆରମ୍ଭ ହେବ। ରାଜ୍ୟରେ ସମସ୍ତ ସଂସଦୀୟ ଓ ବିଧାନସଭା କ୍ଷେତ୍ରରେ ଏହି ପଦଯାତ୍ରା ୧୫ ଦିନ ଧରି ଚାଲିବା ଗାନ୍ଧିଜୀଙ୍କ ବାର୍ତ୍ତାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ବିଶ୍ୱରେ ଆଗେଇ ନେବାସହ ସଚେତନତା ସୃଷ୍ଟି କରୁଛନ୍ତି। ଏହି ପଦଯାତ୍ରା ଅବସରରେ ଗାନ୍ଧୀଙ୍କ ବାର୍ତ୍ତା ସ୍ବଦେଶୀ, ସ୍ବଚ୍ଛତା, ସ୍ବରାଜ, ସ୍ବାବଲମ୍ବୀ, ସାଧାରଣ ଓ ସରଳ ଜୀବନଯାପନ, ଜଳ ସଂରକ୍ଷଣ, ନିଶା ନିବାରଣ, ସିଙ୍ଗଲ ୟୁଜ୍‌ଡ ପ୍ଲାଷ୍ଟିକ ବର୍ଜନ ସଂପର୍କରେ ସାଧାରଣ ଜନତାଙ୍କୁ ଅବଗତ ଓ ସଚେତନତା କରାଯିବ ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ୨ ତାରିଖ ଦିନ କଟକ ଜିଲା ତେଲେଙ୍ଗାପେଣ୍ଠସ୍ଥିତ ଗାନ୍ଧୀ ସ୍ମୃତିପୀଠରୁ ଏହି ପଦଯାତ୍ରା ଆରମ୍ଭ କରିବେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ସାଧାରଣ ଜନତାଙ୍କୁ ଭେଟିବା ସହ ଏକ ସାଧାରଣ ସଭାକୁ ସମ୍ବୋଧନ କରିବେ। ପବିତ୍ର ଦୁର୍ଗାପୂଜା ଯୋଗୁ ଏହି ପଦଯାତ୍ରା ୨ରୁ ଆରମ୍ଭ ହୋଇ ସାମୟିକ ଭାବେ ସ୍ଥଗିତ ରଖାଯିବ। ଏହାପରେ ୧୧ତାରିଖରୁ ପଦଯାତ୍ରା ସମଗ୍ର ରାଜ୍ୟରେ ଅନୁଷ୍ଠିତ ହେବ ବୋଲି ସମୀର କହିଛନ୍ତି।

Share