୨୧ରେ ପ୍ରକାଶ ପାଇବ ଯୁକ୍ତ ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ ଆସନ୍ତା ୨୧ ତାରିଖରେ ପ୍ରକାଶ ପାଇବ। ଅପରାହ୍ନ ୩.୩୦ରେ ସୂଚନା ଭବନ ପରିସରରେ ଥିବା ଗୀତ ଗୋବିନ୍ଦ ସଦନରେ ଏହା ଘୋଷଣା କରାଯିବ ବୋଲି ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

Share