୨୩ରେ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ଆସନ୍ତା ୨୩ରେ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୬ରେ ଅନୁଷ୍ଠିତ ହେବାକୁ ଥିବା ନକ୍ସଲ ସଂକ୍ରାନ୍ତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶା ବ୍ୟତୀତ ଛତିଶଗଡ଼, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ବିହାର, ପଶ୍ଚିମବଙ୍ଗ, ମହାରାଷ୍ଟ୍ର, କେରଳ ଆଦି ରାଜ୍ୟ ବୈଠକରେ ଯୋଗଦେଇ ମାଓବାଦୀ ମୁକାବିଲା ସଂକ୍ରାନ୍ତରେ ଆଲୋଚନା କରିବେ।