୨୩.୫ଲକ୍ଷ ଶ୍ରମିକଙ୍କୁ ନିଜ ରାଜ୍ୟରେ ଛାଡ଼ିଛି ୧୭୭୩ ଟ୍ରେନ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରୀଛାତ୍ର ଓ ଅସହାୟ ବ୍ୟକ୍ତିଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ସେବାର ବ୍ୟବସ୍ଥା କରିଛି ଭାରତୀୟ ରେଳ ମନ୍ତ୍ରଣାଳୟ। ମେ’ ୧ରୁ ସେବା ଆରମ୍ଭ କରିଥିବା ଶ୍ରମିକ ସ୍ବତନ୍ତ୍ର ଟ୍ରେନ ୨୦ ତାରିଖ ସୁଦ୍ଧା ବିଭିନ୍ନ ରାଜ୍ୟରୁ ୨୩.୫ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମିକଙ୍କୁ ନିଜ ରାଜ୍ୟରେ ପହଞ୍ଚାଇଛି। ତେବେ ଗତ ୧୯ ତାରିଖରେ ସର୍ବାଧିକ ୨୦୫ଟି ଶ୍ରମିକ ସ୍ପେଶାଲ ଟ୍ରେନ ଦେଶର ବିଭିନ୍ନ ରାଜ୍ୟରୁ ୨.୫ଲକ୍ଷରୁ ଅଧିକ ଯାତ୍ରୀଙ୍କୁ ପରିବହନ କରିଛି। ବିଭିନ୍ନ ରାଜ୍ୟରୁ ମୋଟ ୧୭୭୩ ଟ୍ରେନ୍‌ ଯାତ୍ରୀଙ୍କୁ ନେଇ ଆନ୍ଧ୍ରପ୍ରଦେଶ, ଆସାମ, ବିହାର, ଛତିଶଗଡ, ଗୁଜୁରାଟ, ହିମାଚଳ ପ୍ରଦେଶ, ଜମ୍ମୁ-କଶ୍ମୀର, ଝାଡଖଣ୍ଡ, କର୍ନାଟକ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ମିଜୋରାମ, ନାଗାଲାଣ୍ଡ, ଓଡିଶା, ରାଜସ୍ଥାନ, ତାମିଲନାଡୁ, ତେଲଙ୍ଗାନା, ତ୍ରିପୁରା, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗରେ ପହଞ୍ଚାଇଛି। ଯାତ୍ରା ସମୟରେ ଯାତ୍ରୀମାନଙ୍କୁ ମାଗଣା ଭୋଜନ ଏବଂ ପାଣି ଦିଆଯିବା ସହ ସ୍କ୍ରିନିଂ ବ୍ୟବସ୍ଥାକୁ ସୁନିଶ୍ଚିତ କରାଯାଇଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri