୨୪ରେ ଉପକୂଳ ଅତିକ୍ରମ କରିପାରେ ସାମୁଦ୍ରିକ ଝଡ଼: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି। ବର୍ଷା ହେଲେ ଧାନଚାଷ ସୁଧୁରିଯିବ। ଝଡ଼ ହେଲେ ଉଜୁଡ଼ିଯିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଶଙ୍କାରେ ପଡ଼ିଛନ୍ତି। ବର୍ଷତମାମ ପରିଶ୍ରମର ଫଳ ମିଳିବ କି ନାହିଁ ଏବେ ସେହି ଚିନ୍ତା ଘାରିଛି।
ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୨୦ ତାରିଖରେ ଉତ୍ତର ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବ। ୨୨ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଏହା ଡିପ୍‌ ଡିପ୍ରେସନ(ଗଭୀର ଅବପାତ)ରେ ପରିଣତ ହୋଇ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଲଘୁଚାପ ବାତ୍ୟାରେ ପରିଣତ ହେବ କି ନାହିଁ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ। ତେବେ କେତେକ ପାଣିପାଗ ମଡେଲ ବାତ୍ୟା ନେଇ ସୂଚନା ଦେଲେଣି। ଗଭୀର ଅବପାତ ଆସନ୍ତା ୨୪ ତାରିଖରେ ସାମୁଦ୍ରିକ ଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି। ଏହି ଝଡ଼ ଓଡ଼ିଶା ମୁହଁା ହେବ। ଆସନ୍ତା ୨୪ ତାରିଖ ସକାଳେ କିମ୍ବା ସନ୍ଧ୍ୟାରେ ଏହା ପୁରୀ ଏବଂ ଜଗତ୍‌ସିଂହପୁର ଦେଇ ସ୍ଥଳଭାଗ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରାଯାଉଛି। ସମୁଦ୍ରରେ ବାତ୍ୟାର ବେଗ ଘଣ୍ଟା ପ୍ରତି ୧୫୦ରୁ ୧୬୦ କି.ମି. ରହିବ। ସ୍ଥଳଭାଗ ଅତିକ୍ରମ କରିବା ବେଳେ ପବନର ବେଗ ୯୦ କି.ମି.କୁ ଖସି ଆସିବା ସମ୍ଭାବନା ରହିଛି।
ଲଘୁଚାପ ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ରାଜ୍ୟରେ ୨୨ରୁ ୨୬ ଯାଏ ବର୍ଷା ଲାଗି ରହିବ। ୨୩ରୁ ୨୫ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷକରି ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହିତ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ପାଣିପାଗ ବିଜ୍ଞାନୀଙ୍କ ମତରେ ଓଡ଼ିଶା ଏକ ବାତ୍ୟାପ୍ରବଣ ରାଜ୍ୟ। ଅକ୍ଟୋବର ମାସରେ ସାଧାରଣତଃ ରାଜ୍ୟକୁ ବାତ୍ୟାର ଭୟ ରହିିଥାଏ। ୧୯୯୯ ଅକ୍ଟୋବର ୨୯ରେ ମହାବାତ୍ୟା ଉପକୂଳ ଓଡ଼ିଶାକୁ ଛାରଖାର କରିଥିଲା । ସେହିପରି ୨୦୧୩ ଅକ୍ଟୋବରରେ ସାମୁଦ୍ରିକ ଝଡ଼ ଫାଇଲିନ୍‌, ୨୦୧୪ରେ ହୁଡ୍‌ହୁଡ୍‌ ଓ ୨୦୧୮ରେ ତିତ୍‌ଲି ଉପକୂଳରେ ମାଡ଼ ହୋଇ ତାଣ୍ଡବ ରଚିଥିଲା। ଏବେ ବାତ୍ୟା ପାଇଁ ଅନୁକୂଳ ପରିବେଶ ରହିଛି। ଏଥିସହିତ ବିଭିନ୍ନ ପାଣିପାଗ ମଡେଲ ପକ୍ଷରୁ ଦିଆଯାଉଥିବା ସୂଚନା ରାଜ୍ୟ ପାଇଁ ଚିନ୍ତା ବଢ଼ାଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବାତ୍ୟା ନେଇ କୌଣସି ସୂଚନା ଦିଆଯାଇ ନାହିଁ। ତେବେ ଆସନ୍ତା ୨୨ କିମ୍ବା ୨୩ ତାରିଖ ବେଳକୁ ଏ ନେଇ ଚିତ୍ର ସ୍ପଷ୍ଟ ହେବ ବୋଲି ପାଣିପାଗ ବିଶେଷଜ୍ଞ ମତ ଦେଉଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳଙ୍କ ଶଙ୍କା ବଢ଼ି ଯାଇଛି।
ଆଞ୍ଚଳିକ ପାଣିପାଗ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ

ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍‌କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର  ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା...

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ...

କେବେ ଘୋଷଣା ହେବ ନୂଆ ପିସିସି ସଭାପତିଙ୍କ ନାଁ ?

  ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଓଡ଼ିଶାର ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତି ଚୟନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହେବ। ୨ ଜଣ ବରିଷ୍ଠ ନେତାଙ୍କୁ ଏନେଇ...

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ମଣ୍ଡିରୁ ଧାନ କିଣିପାରିବେନି…

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ଚଳିତ ଥର ମିଲରମାନେ ମଣ୍ଡିରୁ ଧାନ କିଣିପାରିବେନି। କେନ୍ଦ୍ରୀୟ ସଂସ୍ଥା କିମ୍ବା ସମବାୟ ସଂସ୍ଥା ମଣ୍ଡିରୁ ଧାନ କିଣିବେ। ଧାନ କ୍ରୟ ବ୍ୟବସ୍ଥାକୁ...

ବୁଦ୍ଧାଦିତ୍ୟଙ୍କ ନାଁରେ ଏଫଆଇଆର, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ ନେଇ ଲେଖିଲେ…

ଭୁବନେଶ୍ୱର,୧୮।୧୦: ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଥାନାରେ ମାମଲା। କ୍ୟାପିଟାଲ ଥାନାରେ ତାଙ୍କ ବିରୋଧରେ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଥାନାରେ...

ମାଡ଼ିଲାଣି ସମୁଦ୍ର, ବିପଦରେ ଆର୍ଯ୍ୟପଲ୍ଲୀ ପଞ୍ଚାୟତବାସୀ: ଏକାଠୀ ହେଲେ ୩ ଗ୍ରାମର ବାସିନ୍ଦା

ଛତ୍ରପୁର,୧୮ା୧୦ (ଦିଲ୍ଲୀପ ସାମଲ): ଜଳବାୟୁ ପରିବର୍ତ୍ତନ ହେତୁ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବାରେ ଲାଗିଛି। ସମୁଦ୍ର କୂଳ ଦିନକୁ ଦିନ ଲଙ୍ଘୁଥିବାରୁ ଗଞ୍ଜାମ ଜିଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri