୨୪ ଘଣ୍ଟାରେ ଚିହ୍ନଟ ହେଲେ ୧,୭୫୨ ସଂକ୍ରମିତ

ନୂଆଦିଲ୍ଲୀ,୨୪।୪: ଦେଶରେ ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ବେଳକୁ ବେଳ ଏହି ସଂଖ୍ୟାରେ ବୃଦ୍ଧି ଘଟିବାରୁ ଏହା ସମସ୍ତଙ୍କୁ ଏକ ପ୍ରକାର ଚିନ୍ତାରେ ପକାଇ ଦେଲାଣି। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହୋଇଛନ୍ତି ୧,୭୫୨ ନୂଆ କରୋନା ସଂକ୍ରମିତ। ଏହାସହ ୩୭ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ନେଇ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩,୪୫୨ରେ ପହଞ୍ଚିଥିବା ବେଳେ ଏଥିମଧ୍ୟରୁ ୧୭,୯୧୫ ଜଣଙ୍କ ଚିକିତ୍ସା ଚାଲିଛି। ୪,୮୧୩ ଜଣ ସୁସ୍ଥ ହୋଇଥିବା ବେଳେ ଏବେ ପର୍ଯ୍ୟନ୍ତ ୭୨୪ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।

Share