୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୯।୫: ରାଜଧାନୀ ଦିଲ୍ଲୀରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ସର୍ବାଧିକ ୫୦୦ କରୋନା ପଜିଟିଭ ଚିହ୍ନଟ ହେବା ସରକାରଙ୍କୁ ଅଡୁଆରେ ପକାଇ ଦେଇଛି। ଏହାସହ ଏବେ ରାଜଧାନୀ ଦିଲ୍ଲୀରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧୦,୫୫୪। ଏମାନଙ୍କ ମଧ୍ୟରୁ ୫,୬୮୩ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୧୬୬ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। କରୋନା ସଂକ୍ରମଣ ରୋକିବାକୁ ମାତ୍ର ୨ ଦିନ ହେବ ଲକ୍‌ଡାଉନ ୪.୦ ଲାଗୁ ହୋଇଥିବା ବେଳେ ଏପର୍ଯ୍ୟନ୍ତ କିନ୍ତୁ ଦେଶରେ କରୋନା ସଂକ୍ରମଣରେ କୌଣସି ସୁଧାର ଆସୁ ନ ଥିବା ଆଲୋଚନା ହେଉଛି। ସୂଚନାଯୋଗ୍ୟ, ଏବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ୩ ହଜାର ଅତିକ୍ରମ କରି ସାରିଛି।

Share