୨୪ ଘଣ୍ଟାରେ ସମଗ୍ର ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ରାଜ୍ୟରେ ପ୍ରବେଶ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲାରେ ଅର୍ଥାତ୍‌ ୨୪ ଘଣ୍ଟା ମଧ୍ୟରେ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୌସୁମୀ ସମଗ୍ର ଓଡ଼ିଶାକୁ ଆଚ୍ଛାଦିତ କରିବ। ତେବେ ମୌସୁମୀଜନିତ ବର୍ଷା ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶନିବାରଠାରୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ପରିମାଣ କମିଯିବ। ୨୭ ତାରିଖରୁ ମୌସୁମୀ ବର୍ଷା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଇଛି।

Share