୨୪ ଘଣ୍ଟାରେ ୯୦୯ ନୂଆ ରୋଗୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ ହଜାର ଅତିକ୍ରମ କଲା

ନୂଆଦିଲ୍ଲୀ,୧୨।୪: ସରି ସରି ଆସୁଛି ଲକ୍‌ଡାଉନ ଅବଧି। ହେଲେ ଦେଶରେ ଥମୁନାହିଁ କରୋନା ସଂକ୍ରମିତଙ୍କ ସଂଖ୍ୟା। ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୦୯ ଜଣ ନୂଆ କରୋନା ସଂକ୍ରମିତ ରୋଗୀଙ୍କୁ ଚିହ୍ନଟ କରାଯାଉଛି। ଏହାସହ ୨୪ ଘଣ୍ଟାରେ ୩୪ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇଛି। ଏହାକୁ ନେଇ ଏବେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୫୬ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୭୧୬ ସୁସ୍ଥ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨୭୩ରେ ପହଞ୍ଚିଛି ବୋଲି କହିଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ।

Share