Advertisement

୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। ପ୍ରାଥମିକ ପର୍ଯ୍ୟାୟରେ ଏହା ଦକ୍ଷିଣ ଓଡ଼ିଶାରେ ସକ୍ରିୟ ହେବା ପରେ ସାରା ଓଡ଼ିଶାକୁ  ଛୁଇଁବ। ତେବେ ମୌସୁମୀ ଲଘୁଚାପ ନେଇ ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାର ୧୦ ଜିଲାରେ ଶୁକ୍ରବାରଠାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ଯାଜପୁର, ନୟାଗଡ଼ ଓ ଭଦ୍ରକ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share