୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ପୂର୍ବ ଉତ୍ତରପ୍ରଦେଶରୁ ଓଡ଼ିଶା ଦେଇ ଉତ୍ତର ତାମିଲନାଡ଼ୁକୁ ଏକ ଟ୍ରପ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଯାଜପୁର ଆଦି ଜିଲାରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କନ୍ଧମାଳ, କଳାହାଣ୍ଡିରେ ପ୍ରବଳ ବର୍ଷା ହୋଇପାରେ ବୋଲି ସତର୍କ ସୂଚନା ଜାରି କରାଯାଇଛି।