୨୫ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ଆସନ୍ତା ୨୫ ତାରିଖରୁ ତିନିଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ୨୫ ତାରିଖ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲାର କେତେକ ଅଞ୍ଚଳରେ ସ୍ବଳ୍ପ ପରିମାଣର ବର୍ଷା ହେବ ଏବଂ ରାଜ୍ୟର ଅନ୍ୟ ସ୍ଥାନରେ ପାଗ ଶୁଖିଲା ରହିବ। ୨୬ରେ ଉତ୍ତର-ଉପକୂଳ ଓଡ଼ିଶା ଏବଂ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ବର୍ଷା ହେବ। ସେହିପରି ୨୭ରେ ମଧ୍ୟ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାସହ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ଉତ୍ତର-ଓଡ଼ିଶା, ଖୋର୍ଦ୍ଧା, ପୁରୀ, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଜିଲାର କେତେକ ସ୍ଥାନରେ ଘନ କୁହୁଡ଼ି ହେବ। ଆସନ୍ତା ୩ ଦିନ ଭିତରେ ରାତିରେ ତାପମାତ୍ରା ୧ରୁ ୨ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ପାଇବ। ଏହାପରେ ପାରଦ ପୁଣି ଖସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ସୋମବାର ଫୁଲବାଣୀରେ ସର୍ବନିମ୍ନ ୯.୫ ଡିଗ୍ରୀ ତାପମାତ୍ରା ରହିଥିବାବେଳେ ଦାରିଙ୍ଗବାଡ଼ିରେ ୧୦ ଡିଗ୍ରୀ ରହିଥିଲା।

Share