୨ କରୋନା ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିିର

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ଓଡ଼ିଶାରେ ଏବେବି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ରେ ରହିଛି। ଆଉ କୌଣସି ନୂଆ ପଜିଟିଭ୍‌ ଚିହ୍ନଟ ହୋଇନାହିଁ। ବୁଧବାର ୧୨ଟା ସୁଦ୍ଧା ଓଡ଼ିଶାରେ ୧୩୩ଟି ନମୁନା କୋଭିଡ୍‌-୧୯ ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିମଧ୍ୟରୁ ୧୨୯ଟି ନମୁନାର ରିପୋର୍ଟ ହସ୍ତଗତ ହୋଇଥିବାବେଳେ ୪ ରିପୋର୍ଟ ମିଳିପାରିନି। ତେବେ ଓଡ଼ିଶାରେ ସଂକ୍ରମଣ ଚିହ୍ନଟ ହୋଇଥିବା ୨ଜଣ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଉଭୟ ହସ୍ପିଟାଲ୍‌ରେ ଦିଆଯାଉଥିବା ଖାଦ୍ୟ ଖାଉଛନ୍ତି। ରୋଗୀଙ୍କ ସଂସ୍ପର୍ଶରେ ବର୍ତ୍ତମାନ ସୁଦ୍ଧା ୫୫ ଜଣ ଆସିଥିବା ତଥ୍ୟ ମିଳିଛି। ସେମାନଙ୍କ ମଧ୍ୟରୁ ୩୬ଜଣଙ୍କୁ ହସ୍ପିଟାଲରେ ଆଇସୋଲେଶନରେ ରଖାଯାଇଥିବାବେଳେ ଅନ୍ୟମାନଙ୍କ ସହ ଯୋଗାଯୋଗ ହୋଇଛି। ଭୁବନେଶ୍ୱରରେ ୧୦ ଓ ସାରା ରାଜ୍ୟରେ ୧୦୦ ମନିଟରିଂ ଟିମ୍‌ ଏଥିପାଇଁ କାର୍ଯ୍ୟ କରୁଛନ୍ତି। ବର୍ତ୍ତମାନ ସୁଦ୍ଧା ୪୦୧୫ଜଣ ୧୦୪ ହେଲ୍ପଲାଇନ୍‌ ଓ ପୋର୍ଟାଲ୍‌ ଜରିଆରେ ପଞ୍ଜୀକରଣ କରିଛନ୍ତି ବୋଲି ବୁଧବାର କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି।

Share