୨ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ୨୮୭ କୋଟି ଟଙ୍କା

ପୁରୀ ଅଫିସ,୨୬ା୩: ଦୁଇଟି ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ମହାପ୍ରଭୁଙ୍କ ଟଙ୍କା। ଗୁରୁବାର ଟେଣ୍ଡର ମାଧ୍ୟମରେ ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏବଂ ବ୍ୟାଙ୍କ ଅଫ ବରୋଦାକୁ ଚୟନ କରାଯାଇଛି। ବର୍ଷିକିଆ ୬.୨୬ ପ୍ରତିଶତ ସୁଧ ହାରରେ ଏହି ଦୁଇଟି ବ୍ୟାଙ୍କ ୨୮୭ କୋଟି ଟଙ୍କାକୁ ସମାନ ଭାବେ ବାଣ୍ଟି ରଖାଯିବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା କହିଛନ୍ତି।

ମହାପ୍ରଭୁଙ୍କ ଟଙ୍କା ଜମା ରଖିବାକୁ ନେଇ ସାନି ଟେଣ୍ଡର ହୋଇଥିଲା । ଏଥିରେ ଭାଗ ନେବା ଲାଗି ୧୬ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ଚିଠି ମାଧ୍ୟମରେ ଅବଗତ କରାଯାଇଥିଲା । ଗୁରୁବାର ପୂର୍ବାହ୍ନ ୧୧ଟା ସମୟ ଅବଧି ରହିଥିବା ବେଳେ ୧୦ଟି ବ୍ୟାଙ୍କ ଏଥିରେ ଭାଗ ନେଇଥିଲେ । ସର୍ବାଧିକ ୬.୨୬ ପ୍ରତିଶତ ସୁଧ ଦେବା ପାଇଁ ଉପରୋକ୍ତ ଦୁଇ ବ୍ୟାଙ୍କ ଟେଣ୍ଡର ପକାଇଥିଲେ । ତେଣୁ ମହାପ୍ରଭୁଙ୍କ ୨୮୭ କୋଟି ଟଙ୍କାକୁ ସମାନ ଭାବେ ଦୁଇ ବ୍ୟାଙ୍କରେ ରଖାଯିବ ବୋଲି ନିଷ୍ପତ୍ତି ହୋଇଛି ।

ସୂଚନାଥାଉ କି, ୟେସ୍‌ ବ୍ୟାଙ୍କରୁ ଗତ ୧୯ ତାରିଖରେ ୩୮୯ କୋଟି ଟଙ୍କା ଆସିଥିଲା। ଏଥିରୁ ଫାଉଣ୍ଡେଶନ ଫଣ୍ଡ ୧୦୨ କୋଟି ଟଙ୍କା ଏସ୍ବିଆଇରେ ରଖାଯାଇଥିବା ବେଳେ କର୍ପସ ଫଣ୍ଡ ଓ ଟେମ୍ପୁଲ ଫଣ୍ଡ ୨୮୭ କୋଟି ଟଙ୍କା ପାଇଁ ଏହି ଟେଣ୍ଡର ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri