୨ ଶହ ମିଟର ଧସିଲା ହରିଦାସପୁର-ପାରାଦୀପ ରେଳରାସ୍ତା, ଲୋକେ ଆତଙ୍କିତ

ମାର୍ଶାଘାଇ,୧୩।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଗୋସେଇଁବନ୍ଧଠାରେ ହରିଦାସପୁର-ପାରାଦୀପ ନିର୍ମାଣାଧୀନ ରେଳରାସ୍ତା ଗୁରୁବାର ଦୁଇପଟକୁ ୨ଶହ ମିଟର ଧସିଯାଇଛି। ଫଳରେ ୩ ପରିବାର ପ୍ରଭାବିତ ହୋଇଛନ୍ତି। ସେମାନଙ୍କର ଘର ଉପରକୁ ମାଟି ମାଡି ଆସିଛି। ଏଥିସହ ସେମାନଙ୍କର ପକ୍କା ଘରଗୁଡ଼ିକରେ ଫାଟ ସୃଷ୍ଟି ହୋଇଛି। ଏନେଇ ପ୍ରଭାବିତ ପରିବାରଙ୍କ ସହ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି। ପୂର୍ବରୁ ଏ ନେଇ ଗ୍ରାମବାସୀ ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ପ୍ରଶାସନ କର୍ଣ୍ଣପାତ କରି ନ ଥିଲା। ଏଥିପାଇଁ ପୂର୍ବାହ୍ନରେ ଏଭଳି ଘଟଣା ଘଟିଛି ବୋଲି ଗ୍ରାମବାସୀ କହିଛନ୍ତି। ପ୍ରଶାସନ ପକ୍ଷରୁ ତୁରନ୍ତ ପଦକ୍ଷେପ ଗ୍ରହଣ କରା ନ ଗଲେ ସେମାନେ ଜିଲାପାଳଙ୍କ ଅଫିସ ଆଗରେ ଆତ୍ମାହୃତି ଦେବେ ବୋଲି ଚେତାବନୀ ଦେଇଛନ୍ତି।

Share