୩ୟ ନୂଆପଡା ପ୍ରିମିୟର ଲିଗ୍‌ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟନୀ ମ୍ୟାଚ୍‌ରେ ଖଡ଼ିଆଳ, ନୂଆପଡ଼ା ବିଜୟୀ

ନୂଆପଡା ଅଫିସ,୨୯ା୮: ସ୍ଥାନୀୟ ମିନିଷ୍ଟାଡିୟମରେ ନୂଆପଡା ଫୁଟବଲ ଆସୋସିଏଶନ ପକ୍ଷରୁ ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚରେ ଖଡିଆଳ ଏବଂ ନୂଆପଡା ଦଳ ବିଜୟୀ ହୋଇ ପରବର୍ତ୍ତୀ ପର୍ଯ୍ୟୟକୁ ଉନ୍ନୀତ ହୋଇଛନ୍ତି। ପ୍ରଥମ ମ୍ୟାଚ ଖଡିଆଳ ଏବଂ ଖରିଆରରୋଡ ମଧ୍ୟରେ ହୋଇଥିଲା। ଏଥିରେ ଖଡିଆଳ ଦଳ ୧-୦ ଗୋଲରେ ବିଜୟୀ ହୋଇଥିଲା। ଦ୍ୱିତୀୟ ମ୍ୟାଚ ପାତଳ ଗଙ୍ଗା ବୋଡେନ ଏବଂ ପ୍ଲେବଏ ନୂଆପଡା ମଧ୍ୟରେ ହୋଇଥିଲା। ଟ୍ରାଇବେକରରେ ନୂଆପଡା ଦଳ ୧-୦ ଗୋଲରେ ବିଜୟୀ ହୋଇଥିଲା। ଟୁର୍ନାମେଣ୍ଟକୁ ପରିଚାଳନା କମିଟି ତରଫରୁ ରାଜୁ ମହାନ୍ତି, ଧନୀ ନାଗ, ଅନୀଲ ଦାସ, ସତ୍ୟ ପଟେଲ ପ୍ରମୁଖ ପରିଚାଳନା କରୁଥିଲେ। ରେଫରୀ ଭାବେ ହରିହର ସାହୁ, ବଳରାମ କଲାର, ସତ୍ୟାନନ୍ଦ ମାଝି, ଗୁଡୁ ଛତ୍ରିଆ ପ୍ରମଖ ସହାୟତା କରୁଛନ୍ତି । ଅପରାହ୍ନ ସାଢେ ୪ଟାରେ ଅନୁଷ୍ଠିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଜିଲା ଓକିଲ ସଂଘ ସଭାପତି ପ୍ରସନ୍ନ କୁମାର ପାଢୀ, ବିଶେଷ ଅତିଥି ଜିଲା ପରିଷଦ ଅଧ୍ୟକ୍ଷା ନମିତା ସାହୁ , ରାଜ୍ୟ କ୍ରିକେଟ ଆସୋସିଏଶନ ଉପସଭାପତି ସରୋଜ କୁମାର ସାହୁ, ପ୍ରକାଶ ସାହୁ, ସଞ୍ଜୁ ପୁରୋହିତ, ରାଜେଶ ନିଗମ, ଟୁଲୁ ପାଢୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲିଜ୍‌ଧାରୀଙ୍କୁ ୭.୩୮ କୋଟି ଜରିମାନା

ଯାଜପୁର,୨୦ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ରେ ପଥର ଧସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଲିଜ୍‌ଧାରୀ ନାରାୟଣ ରାଉତଙ୍କୁ...

ବ୍ରାହ୍ମଣୀଗାଁ ଥାନାରେ ଯୋଗ ଦେଲେ ନୂଆ ଆଇଆଇସି, କହିଲେ ଆପରାଧିକ ନିୟନ୍ତ୍ରଣ ତାଙ୍କ ପାଇଁ…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନାରେ ନୂଆ ଆଇଆଇସି ଭାବେ ବିଜୟ କୁମାର ହାଇବୁରୁ ଗୁରୁବାର ବିଳମ୍ବିତ ରାତିରେ ଯୋଗଦାନ କରିଛନ୍ତି।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri