ନୂଆଦିଲ୍ଲୀ,୧୬ା୧(ପି.ଟି.): ଜାନୁୟାରୀ ୩୧ରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ଏପ୍ରିଲ ୩ ପର୍ଯ୍ୟନ୍ତ ଚାଲିବ। ୩୧ ପୂର୍ବାହ୍ନ ୧୧ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍ରେ ଲୋକ ସଭା ଓ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ। ଫେବୃୟାରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିବେ।
ଅଧିବେଶନ ଦୁଇ ପର୍ଯ୍ୟାୟରେ ଚାଲିବ। ପ୍ରଥମ ପର୍ଯ୍ୟାୟ ଜାନୁୟାରୀ ୩୧ରୁ ଆରମ୍ଭ ହୋଇ ଫେବୃୟାରୀ ୧୧ରେ ଶେଷ ହେବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୨ରୁ ଏପ୍ରିଲ ୩ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି।