ଭୁବନେଶ୍ୱର, ୨୮।୫(ବ୍ୟୁରୋ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଉପକୂଳଠାରୁ ଆରମ୍ଭକରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲାରେ ଝଡ଼ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।