୩୨ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ, ୩।୧୦: ଖୋର୍ଦ୍ଧା ଅବକାରୀ ବିଭାଗର କର୍ମଚାରୀମାନେ ବଡ଼ବେରଣା ଗଁାରୁ ଗୁରୁବାର ପୂର୍ବାହ୍ନରେ ଚଢ଼ାଉକରି ୩୨ ଗା୍ରମ ବ୍ରାଉନସୁଗାର ଜବତ କରିଛନ୍ତି। ଏହି ଘଟଣାରେ ଗ୍ରାମର ଧରଣୀଧର ମହାପାତ୍ର(୪୨)ଙ୍କୁ ଗିରଫ କରାଯାଇଛି। ଯାହାର ମୂଲ୍ୟ ପ୍ରାୟ ୩ ଲକ୍ଷ ୨୦ ହଜାର ଟଙ୍କା ହେବ। ଏ ନେଇ କେସ୍‌ ନଂ. ୪୩/୧୯ରେ ଏକ ମାମଲା ରୁଜୁ କରାଯାଇଛି।