ଛତ୍ରପୁର, ୨୧।୧(ଡି.ଏନ୍.ଏ.): ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଜିଲାରେ ଥିବା ସହରାଞ୍ଚଳଗୁଡ଼ିକରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ଏକ ସମୀକ୍ଷା ବୈଠକ ମଙ୍ଗଳବାର ଛତ୍ରପୁର ସ୍ଥିତ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ଗୃହ ନିର୍ମାଣ ଓ ନଗର ବିଭାଗର ପ୍ରମୁଖ ଶାସନ ସଚିବ ଜି. ମାଥିଭାଥନନ୍ ଯୋଗ ଦେଇ ସମୀକ୍ଷା କରିଥିଲେ। ଏଥିସହ ଉକ୍ତ ବିଭାଗର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକଙ୍କ ସହ ଅନ୍ୟ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ। ଏହି ବୈଠକରେ ସବୁ କାର୍ଯ୍ୟକ୍ରମର ଲକ୍ଷ୍ୟ ପୂରଣ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି। ଏଥିରେ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି, ନୟାଗଡ ଜିଲାପାଳ ପୁମା ଟୁଡୁ, ବିଏମ୍ସି କମିଶନର ଚକ୍ରର୍ବୀ ସିଂ ରାଠୋରଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ।