ଭୁବନେଶ୍ୱର,୬।୩(ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ୩ ଦିନ ଯାଏ ବର୍ଷା ଲାଗି ରହିବ। ଶୁକ୍ରବାର ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଢେଙ୍କାନାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ଜଗତ୍ସିଂହପର, ଗଞ୍ଜାମ ଆଦି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲାର ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବା ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ବିଶେଷକରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବ। ଗତ ୨୪ ଘଣ୍ଟା ମଧ୍ୟରେ ଗୁଣପୁରରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ସେହିଭଳି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୮ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।