୩ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ: ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୧୧।୬: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ସ୍ବପ୍ନେଶ୍ୱରସାହି ଉପରେ ମଙ୍ଗଳବାର କଟକ ଓ ଖୋର୍ଦ୍ଧା ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ଚଢ଼ାଉ କରାଯାଇ ୩୦ ଗ୍ର୍ରାମ ବ୍ରାଉନସୁଗାର ଜବତ ହୋଇଛି, ଯାହାର ମୂଲ୍ୟ ପ୍ରାୟ ୩ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ଏହି କାରବାରରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ସ୍ବପ୍ନେଶ୍ୱରସାହିର ଦେବରାଜ ଦଳେଇ(୪୬)। ଗିରଫ ପରେ ତାଙ୍କୁ ଖୋର୍ଦ୍ଧା କୋର୍ଟକୁ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଖୋର୍ଦ୍ଧା ସବ୍‌ଜେଲକୁ ଯିବାକୁ ପଡିଛି । ଏ ନେଇ ଅବକାରୀ ବିଭାଗ ପକ୍ଷରୁ ୫୪/୧୯ରେ ଏକ ମାମଲା ରୁଜୁ ହୋଇଛି।

Share