ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଓଡ଼ିଶା ପାଇଁ ଖୁସି ଖବର। ମଙ୍ଗଳବାର ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୯ଜଣ ସୁସ୍ଥ ହୋଇଛନ୍ତି। ମଙ୍ଗଳବାର ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲାର ଜଣେ ଲେଖାଏ ଅଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।