୫ ଜିଲାରେ ଅତିପ୍ରବଳ ବର୍ଷା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାକୁ ଥିବାବେଳେ ଆଉ କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ କେନ୍ଦୁଝର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ବରଗଡ, କଟକ ଦେବଗଡ ଓ କେନ୍ଦୁଝର ଜିଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି।

Share