୬ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦ା୬ (ବ୍ୟୁରୋ): ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଉପରେ ଏକ ଟ୍ରପ ଲାଇନ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଏବଂ ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ଝଡ଼ବର୍ଷା ହୋଇପାରେ।

Share