୬ ଯାଏ କାଁ ଭାଁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪ା୭(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇ ଯାଇଛି। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲଗାଣ ବର୍ଷା ହେବାର ସମ୍ଭାବନା ନାହିଁ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଁ ଭାଁ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁରରେ ସର୍ବାଧିକ ୩୫.୯ ମିଲିମିଟର ବର୍ଷା ହୋଇଥିବା ବେଳେ ଝାରସୁଗୁଡାରେ ୨୬.୨, ସୁନ୍ଦରଗଡରେ ୨୫, ହୀରାକୁଦରେ ୨୫.୫, ଭବାନୀପାଟଣାରେ ୧୬.୨, ବଲାଙ୍ଗୀର ୧୯, କୋରାପୁଟରେ ୯.୮, ଫୁଲବାଣୀରେ ୪.୬, ଟିଟଲାଗଡ ୧୮, ମାଲକାଗିରି ୧୫ ଏବଂ ସୋନପୁରରେ ୪.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Share