୭୫ ମଣ୍ଡପରେ ବିରାଜିବେ ମା’କାଳୀ

କଟକ ଅଫିସ, ୨୭।୧୦: ରବିବାର ମଧ୍ୟ ରାତ୍ରିରୁ ଆରମ୍ଭ ହେବ କାଳୀପୂଜା। ରାଜ୍ୟର ବିଭିନ୍ନ ସ୍ଥାନରେ ମା’ଙ୍କର ପୂଜାର୍ଚ୍ଚନା ଚାଲିଛି। ଏଥିରୁ ବାଦ ପଡିନି କଟକ ସହର। ଚଳିତବର୍ଷ ସହରର ୭୫ଟି ପୂଜା ମଣ୍ଡପରେ ମା’ଙ୍କର ପୂଜା ହେବାର ଯୋଜନା ରହିଛି। ମା’ଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁମାନଙ୍କର ଭିଡ ଜମୁଛି । ମଧ୍ୟରାତ୍ରିରେ ପୂଜା ଆରମ୍ଭ ହୋଇ ରାତ୍ରିରେ ହିଁ ଶେଷ ହୋଇଛି। ସବୁ ପୂଜା ମଣ୍ଡପରେ ୨୮ ଓ ୨୯ ତାରିଖ ଦୁଇଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ ସହ ୩୦ ତାରିଖରେ ଭସାଣି ଉତ୍ସବ ଅନୁଷ୍ଠିତ ହେବ। ବିଗତ ବର୍ଷ ଭଳି ବିଦ୍ୟାଧରପୁରରେ ମଧ୍ୟ କାଳୀପୂଜା ଆୟୋଜନ କରାଯାଇଛି । ୩ ଓ ୪ ତାରିଖ ସମସ୍ତ ପୂଜା ମଣ୍ଡପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ୫ରେ ଭସାଣି ଉତ୍ସବ ହେବ । ୬ ତାରିଖ ଦିନ ୨ଟା ସୁଦ୍ଧା ସମସ୍ତ ମେଢ ବିସର୍ଜିତ ହେବା ପାଇଁ ନିଷ୍ପତ୍ତି ହୋଇଛି। ସମସ୍ତ ପୂଜା କମିଟି ପକ୍ଷରୁ ପଲିଥିନ, ନିଶାମୁକ୍ତ, ଡିଜେ ମୁକ୍ତ ଭସାଣି ଶୋଭାଯାତ୍ରା କରିବା ପାଇଁ ସ୍ଥିର ହୋଇଛି। ସୁରକ୍ଷା ବ୍ୟବସ୍ଥା ପାଇଁ ସନ୍ଧ୍ୟା ସୁଦ୍ଧା ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri