୭ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ପାରାଦୀପରେ ସର୍ବାଧିକ ୪୬ ମିଲିିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲି ୫, ବାଲେଶ୍ୱର ୮, ଅନୁଗୋଳ ୧୨, ବାରିପଦା ୧୪, କେନ୍ଦୁଝର ୧୦ ଏବଂ ତାଳଚେରରେ ସର୍ବାଧିକ ୧୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଚାନ୍ଦବାଲିରେ ୫ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କଟକ ୧୦.୬, ପାରାଦୀପ ୪୬, ଅନୁଗୋଳ ୧୨, ବାରିପଦା ୧୪, କେନ୍ଦୁଝର ୧୦ ଏବଂ ତାଳଚେରରେ ୧୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Share