ବିଦା ହେଲେ ଆଉ ୯ ଅଧିକାରୀ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଦୁର୍ନୀତି ଏବଂ ଅପାରଗ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ ଜାରି ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋରଦେଇ ଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଓ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।
ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କ ସମେତ ଜଙ୍ଗଲ, ଜନସ୍ବାସ୍ଥ୍ୟ, ଶ୍ରମ ବିଭାଗର ୯ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ବିରୋଧରେ ଦୁର୍ନୀତି ମାମଲା ଥିବା ବେଳେ ୨ ଜଣଙ୍କୁ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଖଣି ବିଭାଗର ୨ ଜଣ ଅଧିକାରୀ, ବଲାଙ୍ଗୀର ମୁରିବାହଲ ଫରେଷ୍ଟ ରେଞ୍ଜ ଅଫିସର ଏବଂ ସୁନ୍ଦରଗଡ଼ ଜିଲା ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ଅନ୍ୟ ୫ ଜଣଙ୍କୁ କିଛିଦିନ ତଳେ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ଖଣି ବିଭାଗର ଉପନିର୍ଦ୍ଦେଶକ ମଦନ ମୋହନ ବିଶ୍ୱାଳ। ତାଙ୍କ ବିରୋଧରେ ୯ଟି ଭିଜିଲାନ୍ସ କେସ୍‌ ରହିଛି। ତାଙ୍କର ସାଧୁତା ଅତ୍ୟନ୍ତ ସନ୍ଦେହଜନକ ଥିଲା। ସେହିପରି ସରକାରୀ କାର୍ଯ୍ୟରେ ତାଙ୍କର ଆନ୍ତରିକତା ଅଭାବ ରହିଥିଲା। ଜଣେ ସରକାରୀ ଅଧିକାରୀ ଭାବେ ଆବଶ୍ୟକ ସୌଜନ୍ୟ ମଧ୍ୟ ସେ ରକ୍ଷା କରୁ ନ ଥିଲେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।
ସେହିପରି ରମେଶ ଚନ୍ଦ୍ର ମହାଲିକ ଗ୍ରୁପ୍‌-‘କ’ ପାହ୍ୟାର ଖଣି ଅଧିକାରୀ। ମହାଲିକଙ୍କ ବିରୋଧରେ ୪ ଭିଜିଲାନ୍ସ କେସ ଥିବା ବେଳେ ତାଙ୍କର ସାଧୁତା ମଧ୍ୟ ସନ୍ଦେହଜନକ ଥିଲା। ଜଣେ ସରକାରୀ ଅଧିକାରୀ ଭାବରେ ଆବଶ୍ୟକ ଆନ୍ତରିକତା ଓ ସୌଜନ୍ୟର ଅଭାବ ତାଙ୍କଠାରେ ଥିଲା। ବଲାଙ୍ଗୀର ମୁରିବାହଲ ଫରେଷ୍ଟ ରେଞ୍ଜ ଅଫିସର ପ୍ରଶାନ୍ତ ନାୟକ ୧ କୋଟି ୪୦ ଲକ୍ଷ ଟଙ୍କାର ଆୟବର୍ହିଭୂତ ସମ୍ପତ୍ତି ସହିତ ବଲାଙ୍ଗୀର ଜିଲାରେ ତାଙ୍କର ୧୦ଟି ପ୍ଲଟ ଓ ୨ କୋଠା ମଧ୍ୟ ଠାବ କରାଯାଇଥିଲା। ସେଥିପାଇଁ ତାଙ୍କ ନାମରେ ଭିଜିଲାନ୍ସ ମାମଲା ରହିଛି। ସେହିପରି ସୁନ୍ଦରଗଡ଼ ଜିଲା ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର ନାରାୟଣ ପ୍ରଧାନଙ୍କ ବିରୋଧରେ ଭିଜିଲାନ୍ସ ମାମଲା ରହିଛି। ତାଙ୍କର ଆୟବହିର୍ଭୂତ ୨କୋଟି ୨୦ଲକ୍ଷ ଟଙ୍କାର ସମ୍ପତ୍ତି ସହ ଦେଓଗଡ଼ ଜିଲାରେ ୪ କୋଠା, ସମ୍ବଲପୁର, ଦେଓଗଡ଼, ଅନୁଗୋଳ ଓ ଖୋର୍ଦ୍ଧା ଜିଲାରେ ୩୧ଟି ଜମି ମଧ୍ୟ ରହିଛି।
ଜଙ୍ଗଲ ବିଭାଗର ସହକାରୀ ବନ ସଂରକ୍ଷକ ଲକ୍ଷ୍ମଣ ପ୍ରଧାନଙ୍କ ବିରୋଧରେ ୨ଟି ଭିଜିଲାନ୍ସ କେସ୍‌ ରହିଛି। ଜଙ୍ଗଲ ବିଭାଗର ରେଞ୍ଜ ଅଫିସର ଭରତ କୁମାର ଘଡେଇଙ୍କ ବିରୋଧରେ ୩ଟି ଭିଜିଲାନ୍ସ କେସ୍‌ ରହିଛି। ରାୟଗଡ଼ା ଜିଲା ଶ୍ରମ ଅଧିକାରୀ ପ୍ରଦୀପ କୁମାର ଭୋଇଙ୍କ ବିରୋଧରେ ଗୋଟିଏ ଭିଜିଲାନ୍ସ କେସ୍‌ ରହିଛି। ଉକ୍ତ ଅଧିକାରୀମାନଙ୍କୁ ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ଭୁବନେଶ୍ୱର ଯୁଗ୍ମ ଶ୍ରମ କମିଶନର ଶରତ କୁମାର ଚୌଧୁରୀ ଏବଂ ଗଜପତି ଜିଲାର ଡିଭିଜନାଲ ଶ୍ରମ କମିଶନର ନମିତା ଦାସଙ୍କୁ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଉକ୍ତ ୯ ଜଣ ଅଧିକାରୀଙ୍କ ସମେତ ଏ ପର୍ଯ୍ୟନ୍ତ ୧୧୩ ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ ସ୍ଥାନାନ୍ତରକୁ ଲୋକଙ୍କ ବିରୋଧ: ରାସ୍ତାରୋକୋ କଲେ ଉପଭୋକ୍ତା

ଭଦ୍ରକ, ୨୩।୪(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ବରପଦା ବଜାରରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଶାଖା ସ୍ଥାନାନ୍ତରକୁ ସ୍ଥାନୀୟ ଲୋକ ବିରୋଧ କରିଛନ୍ତି...

୩୩ ଦୋକାନ ସିଲ, ୬୦ ବେପାରୀଙ୍କୁ ନୋଟିସ: ରଦ୍ଦ ହେବ ଲାଇସେନ୍ସ

ଖୋର୍ଦ୍ଧା,୨୩।୪(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ପୌର ପରିଷଦ ପକ୍ଷରୁ ପୁଣିଥରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଟାଉନ ହଲ୍‌ ନିକଟରେ ଥିବା ୬ଟି ଦୋକାନ ଘରକୁ...

ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ: ବିମାନ ବନ୍ଦରରେ ପ୍ରବଳ ଭିଡ଼

ଶ୍ରୀନଗର,୨୩।୪: ପହଲଗାମ୍‌ ଆକ୍ରମଣ ପରେ ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ। ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଏୟାର ଇଣ୍ଡିଆ ପକ୍ଷରୁ...

ରେକର୍ଡ ଭାଙ୍ଗିଲା ଏପ୍ରିଲ ତାତି

ଭୁବନେଶ୍ୱର,୨୩ା୪(ଅନୁରାଧା ମହାରଣା):ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ୁଥିବାବେଳେ ମଙ୍ଗଳବାର ପୂର୍ବର ସବୁ ରେକର୍ଡ ଭାଙ୍ଗିଛି। ଝାରସୁଗୁଡା ଏପ୍ରିଲ ମାସର ତାତିରେ ସର୍ବକାଳୀନ ରେକର୍ଡ କରିଛି। ୧୯୫୩...

ପହଲଗାମ ପରେ ଟାର୍ଗେଟ୍‌ରେ ଉରି: ଆତଙ୍କବାଦୀ ନିପାତ

ଶ୍ରୀନଗର,୨୩।୪:ଜମ୍ମୁ କଶ୍ମୀରର ପହଲଗାମ ପରେ ଉରି ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲା। କିନ୍ତୁ ସେନା ଆତଙ୍କବାଦୀଙ୍କ ଉଦ୍ୟମକୁ ପଣ୍ଡ କରିଦେଇଛି। ବୁଧବାର ସେନା ଅନୁପ୍ରବେଶ କରିବାକୁ ଚେଷ୍ଟା...

ରାଜ୍ୟ ଖାଦ୍ୟ ଆୟୋଗ ସଦସ୍ୟଙ୍କ ବରଗଡ଼ ଜିଲା ଗସ୍ତ

ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ) : ଓଡିଶା ଖାଦ୍ୟ ଆୟୋଗ ସଦସ୍ୟ ଦୟାନିଧି ଦାଶ ଏବଂ ଅକ୍ଷୟ କୁମାର ବେହେରା ତିନି ଦିନିଆ ବରଗଡ଼ ଜିଲା ଗସ୍ତରେ ଆସିଛନ୍ତି।...

ସାନଭାଇ ବାହାଘର ଦିନ ବଡ଼ଭାଇଙ୍କ ଆତ୍ମହତ୍ୟା

ବଡ଼ଗାଁ,୨୩।୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମଟିଆ ଗ୍ରାମରେ ଜଣେ ବ୍ୟକ୍ତି ତାଙ୍କ ସାନଭାଇଙ୍କ ବାହାଘର ଦିନ ଆତ୍ମହତ୍ୟା କରିଛନ୍ତି।...

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ନାବାଳକଙ୍କ ସମେତ ୩ ଅଟକ

ସୁନ୍ଦରଗଡ଼,୨୩ା୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ଆଦିବାସୀ ନାବାଳିକା(୧୫)ଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image