Categories: ଜାତୀୟ

ପୁଲଓ୍ବାମାରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୮।୯: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କ ଗୋଡ଼ରେ ଗୁଳି ମାଡ଼ ହୋଇଥିବା କୁହାଯାଉଛି। ଚିକିିତ୍ସା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଅଓ୍ବନ୍ତିପୋରାର ସମ୍ବୁରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାବଳଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀମାନେ ଫେରାର ହେବା ପାଇଁ ସୁରକ୍ଷାକର୍ମୀଙ୍କ ଉପରେ ଗୁଳି ଚାଳନା କରିଥିଲେ। ଏହାର ଉତ୍ତରରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଶୌଚାଳୟ ତଳେ ବଙ୍କରରେ ଆତଙ୍କବାଦୀମାନେ ଲୁଚିଥିଲେ ବୋଲି ପୋଲିସ କହିଛି। ସୁରକ୍ଷାକର୍ମୀଙ୍କ ପକ୍ଷରୁ ଲଗାତାର ସର୍ଚ୍ଚ ଅପରେଶନ କରାଯାଉଥିବାରୁ ଭୟରେ ଆତଙ୍କବାଦୀମାନେ ଏଭଳି ନୂଆ ଉପାୟରେ ଲୁଚି ରହୁଥିବା ପୋଲିସ ଅନୁମାନ କରୁଛି।

Share