୧୧ ଦିନରେ ୧୦ ଲକ୍ଷ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୧୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଦୁଇ ସପ୍ତାହ ଧରି ଦେଶରେ ପ୍ରତିଦିନ ଏକ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଗତ ୧୧ ଦିନରେ ଦେଶରେ ୧୦ ଲକ୍ଷରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେୁ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାରରୁ ଅଧିକ ରହୁଛି। ସଂକ୍ରମଣ ତୀବ୍ରବେଗରେ ବ୍ୟାପୁଥିତ୍ବାରୁ ସରକାରଙ୍କ ଚିନ୍ତା ବଢ଼ିଚାଲିଛି। ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ୫୦ ଲକ୍ଷ ୨୦ ହଜାର ୩୬୦ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୦ ହଜାର ୧୨୩ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ହଜାରେ ୨୯୦ ଜଣଙ୍କ ମୃତ୍ୟୁ ଘଟିଛି। ଦେଶରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୮୨ହଜାର ୬୬ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୩୯ ଲକ୍ଷ ୪୨ହଜାର ୩୬୧ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୯ ଲକ୍ଷ ୯୫ ହଜାର ୯୩୩ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ମଙ୍ଗଳବାର ୧୧ ଲକ୍ଷ ୧୬ ହଜାର ୮୪୨ ଜଣଙ୍କ ନମୁନା ପରୀକ୍ଷା ହୋଇଛି। ସେହିପରି ସେପ୍ଟେମ୍ବର ୧୫ ସୁଦ୍ଧା ଦେଶରେ ୫ କୋଟି ୯୪ ଲକ୍ଷ ୨୯ ହଜାର ୧୧୫ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି।

Share