ଜିଓର ୧.୮୫ଲକ୍ଷ ନୂଆ ମୋବାଇଲ ଗ୍ରାହକ

ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ଘରୋଇ ଟେଲିକମ କମ୍ପାନୀ ତଥା ରିଲାଏନ୍ସ ଜିଓ ୨୦୨୪ ଜୁଲାଇରେ ପ୍ରାୟ ୧.୮୫ ଲକ୍ଷ ନୂଆ ମୋବାଇଲ ଗ୍ରାହକ ଏବଂ ୧୧,୦୦୦ ରୁ ଅଧିକ ଜିଓ ଫାଇବର ଓ ଜିଓ ଏୟାରଫାଇବର ଗ୍ରାହକ ଓଡ଼ିଶା ବଜାରରେ ଯୋଡ଼ିଥିବା ଜଣାପଡିଛି। ଉଲ୍ଲେଖଯୋଗ୍ୟ, ଟେଲିକମ ରେଗୁଲେଟୋରି ଟ୍ରାଇ ପକ୍ଷରୁ ନିକଟରେ ପ୍ରକାଶିତ ତଥ୍ୟ ଅନୁଯାୟୀ ୨୦୨୪ ଜୁଲାଇରେ କେବଳ ଜିଓ ଓ ବିଏସ୍‌ଏନ୍‌ଏଲ୍‌ ଓଡ଼ିଶାରେ ନୂତନ ଗ୍ରାହକ ଯୋଡିଥିବା ବେଳେ ଅନ୍ୟ ଦୁଇ ଅପରେଟର ଏୟାରଟେଲ ଓ ଭୋଡାଫୋନ ଆଇଡିଆ ବହୁ ହଜାର ଗ୍ରାହକ ହରାଇଛନ୍ତି। ବିଏସ୍‌ଏନ୍‌ଏଲ୍‌ ଏହି ମାସରେ ପ୍ରାୟ ୬୬,୦୦୦ ନୂଆ ଗ୍ରାହକ ଯୋଡିଥିବାବେଳେ ଏୟାରଟେଲ ୪୩୦୦୦ଗ୍ରାହକ ହରାଇଥିବା ଏହି ତଥ୍ୟରୁ ସୂଚନା ମିଳିଛି। ଜୁଲାଇ ମାସରେ ଓଡିଶାର ମୋଟ ମୋବାଇଲ ଗ୍ରାହକଙ୍କ ସଂଖ୍ୟା ଦୁଇ ଲକ୍ଷ ପାଞ୍ଚ ହଜାର ବୃଦ୍ଧି ପାଇ ୩.୪୩ କୋଟିରେ ପହଞ୍ଚତ୍ଛି। ମୋବାଇଲ ଭଳି ଓୟାରଲାଇନ କ୍ଷେତ୍ରରେ ମଧ୍ୟ ଜିଓ ଜୁଲାଇ ମାସରେ ୧୧୦୦୦ରୁ ଅଧିକ ଜିଓ ଫାଇବର ଓ ଜିଓ ଏୟାରଫାଇବର ଗ୍ରାହକ ଯୋଡି ହେବା ସହିତ ରାଜ୍ୟରେ ମୋଟ ଜିଓ ଫାଇବର ଓ ଜିଓ ଏୟାରଫାଇବର ଗ୍ରାହକଙ୍କ ସଂଖ୍ୟା ୩.୨୧ଲକ୍ଷରେ ପହଞ୍ଚତ୍ଥିବା ଟ୍ରାଇ ତଥ୍ୟରୁ ଜଣାପଡିଛି। ଏଥିସହିତ ଜିଓ ରାଜ୍ୟର ପ୍ରଥମ ଅପରେଟର ଭାବେ ୩ ଲକ୍ଷରୁ ଊଦ୍ଧର୍‌ବ ଓୟାରଲାଇନ ଗ୍ରାହକ ହାସଲ କରିଛି। ଓଡ଼ିଶା ଟେଲିକମ କ୍ଷେତ୍ରରେ ୪୬% ରୁ ଅଧିକ ଗ୍ରାହକ ବଜାର ଅଂଶ ଏବଂ ୫୨% ରାଜସ୍ବ ବଜାର ଅଂଶ ସହିତ ଏକ ନମ୍ବର ସ୍ଥାନରେ ରହିଥିବା ଜିଓର ରାଜ୍ୟରେ ସର୍ବବୃହତ ୪ଜି ଓ ୫ଜି ନେଟୱର୍କ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସଦସ୍ୟତାରେ ଇପିଏଫ୍‌ଓର ରେକର୍ଡ

ଭୁବନେଶ୍ୱର,୨୪।୯ (ଅନୁରାଧା ମହାରଣା): କେନ୍ଦ୍ର ଶ୍ରମ ଓ ରୋଜଗାର ଏବଂ ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ସୋମବାର ଜୁଲାଇ ୨୦୨୪ ପାଇଁ କର୍ମଚାରୀ ଭବିଷ୍ୟନିଧି ସଂସ୍ଥାନ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୯: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର...

ଜୟଆଲୁକ୍କାସ ଚେନ୍‌ ଫେଷ୍ଟ ଉଦ୍‌ଘାଟିତ

ଭୁବନେଶ୍ୱର,୨୪।୯: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସର ବହୁ ପ୍ରତୀକ୍ଷିତ ପ୍ରଦର୍ଶନୀ ‘ଚେନ୍‌ ଫେଷ୍ଟ’ (ଜୟଆଲୁକ୍କାସ ଚେନ ଫେଷ୍ଟ) ନିକଟରେ...

ଏଚ୍‌ସିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ଉପକୂଳ ସଂରକ୍ଷଣ ଅଭିଯାନ

ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ଆଇଟି କମ୍ପାନୀ ଏଚ୍‌ସିଏଲ୍‌ ଟେକ୍‌ର କର୍ପୋରେଟ ସୋସିଆଲ ରେସପନି୍ସବିଲିଟି ବା ସିଏସ୍‌ଆର୍‌ ପଦକ୍ଷେପଗୁଡିକୁ କାର୍ଯ୍ୟକାରୀ କରୁଥିବା ଏଚ୍‌ସିଏଲ୍‌...

ଏୟାରଟେଲ ୟୁଜର୍ସଙ୍କ ବଲ୍ଲେ ବଲ୍ଲେ, ଲଞ୍ଚ୍‌ ହେଲା ୩ଟି ଶସ୍ତା ପ୍ଲାନ୍‌, ମାସେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୩।୯: ଏୟାରଟେଲ ଏହାର ପ୍ରିପେଡ ବ୍ୟବହାରକାରୀଙ୍କ ପାଇଁ ୩ ଟି ନୂଆ ଯୋଜନା ଆରମ୍ଭ କରିଛି । ସମସ୍ତ ତିନୋଟି ଯୋଜନା ହେଉଛି ଡାଟା ଭାଉଚର୍‌...

୫୦ କୋଟିର କାରବାର ଆକଳନ

ଭୁବନେଶ୍ୱର,୨୩।୯ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜୟପୁରର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ରଗ୍‌ ଉତ୍ସବ’ ନିକଟରେ ଆରମ୍ଭ ହୋଇଯାଇଛି। ଏପରିକି...

ଆଇଏସ୍‌ବି ପକ୍ଷରୁ ପିଜିପି ୱାଇଏଲ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଅଗ୍ରଣୀ ମ୍ୟାନେଜମେଣ୍ଟ କଲେଜ ଇଣ୍ଡିଆନ ସ୍କୁଲ ଅଫ୍‌ ବିଜ୍‌ନେସ୍‌ ବା ଆଇଏସ୍‌ବିର ନୂତନ ପାଠ୍ୟକ୍ରମ ‘ପିଜିପି ୱାଇଏଲ୍‌’ର ଶୁଭାରମ୍ଭ...

୭% ହାରରେ ଭାରତୀୟ ଅର୍ଥନୀତି ଅଭିବୃଦ୍ଧି ଆଶା

ଭୁବନେଶ୍ୱର,୨୩।୯ (ଅନୁରାଧା ମହାରଣା): ଭାରତର ଅର୍ଥନୀତି ଉପରେ ସମଗ୍ର ବିଶ୍ୱର ନଜର ରହିଛି। ଗତ ୨୦୨୩-୨୪ ଆର୍ଥିକ ବର୍ଷରେ ଭାରତୀୟ ଅର୍ଥନୀତି ୮.୨ ପ୍ରତିଶତ ହାରରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri